ବ୍ରହ୍ମଗିରି,୭ା୩(ଡି.ଏନ୍.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତହସିଲଦାର ପଣ୍ଡାଙ୍କ ଅଭିଯୋଗକୁ ଭିତ୍ତିକରି ବ୍ରହ୍ମଗିରି ଥାନା ପୋଲିସ ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣା ପଞ୍ଚାୟତରେ ବାତ୍ୟା ‘ଫନୀ’ରେ ଘରଭାଙ୍ଗିଯାଇଥିବା କ୍ଷତିଗ୍ରସ୍ତଙ୍କୁ ସହାୟତା ଯୋଗାଇଦେବା ପାଇଁ ତତ୍କାଳୀନ ଜଣେ ରାଜସ୍ବ ନିରୀକ୍ଷକ ଟଙ୍କା ଆଣିଥିଲେ। କିନ୍ତୁ ଏହି ତଦନ୍ତରେ ବ୍ୟତିକ୍ରମ ଥିବାରୁ ଜିଲାପାଳ ଏହାକୁ ପୁନର୍ବାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଏହି କ୍ଷତିଗ୍ରସ୍ତମାନେ ଫନୀ ସହାୟତାରୁ ବଞ୍ଚିତ ହୋଇଥିଲେ। ଏ ନେଇ ଜନଅସନ୍ତୋଷ ଦେଖାଦେଇଥିଲା। ଶୁକ୍ରବାର ଅପରାହ୍ନରେ ଅତିରିକ୍ତ ତହସିଲଦାର ହେମନ୍ତ କୁମାର ଭାରିମଲ୍ଲଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଏକ ବୈଠକ ବସିଥିଲା। ଏଥିରେ ତହସିଲଦାର ପଣ୍ଡା, ଅତିରିକ୍ତ ତହସିଲଦାର ଭାରିମଲ୍ଲ ଓ ତହସିଲର ଅନ୍ୟକର୍ମଚାରୀମାନେ ଉପସ୍ଥିତ ଥିଲେ। ବୈଠକ ଚାଲୁଥିବା ବେଳେ ହଠାତ୍ ଦୁଇଜଣ ଦୁର୍ବୃତ୍ତ ପଶି ତତ୍କାଳୀନ ରାଜସ୍ବ ନିରୀକ୍ଷକଙ୍କୁ ଖୋଜିଥିଲେ। ଏହା ପରେ ଗାଳିଗୁଲଜ କରିବାରୁ ତହସିଲଦାର ପଣ୍ଡା ଏହାକୁ ବିରୋଧ କରିଥିଲେ। ଫଳରେ ଦୁର୍ବୃତ୍ତମାନେ ତହସିଲଦାରଙ୍କୁ ଆକ୍ରମଣ କରିଥିଲେ। ଏ ନେଇ ତହସିଲଦାର ବ୍ରହ୍ମଗିରି ପୋଲିସକୁ ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପୂର୍ବରୁ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ। ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୋବଇଲ ଫୋନର ଭିଡିଓ ଫୁଟେଜକୁ ଯାଞ୍ଚ କରାଯାଇ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଥିବା ଥାନା ଅଧକାରୀ ମନୋଜ ଶତପଥୀ କହିଛନ୍ତି।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
Archives


