ବୈତରଣୀ ସେତୁ ମରାମତି କାର୍ଯ୍ୟ ଆରମ୍ଭ: ୧୨ରୁ ସେତୁ ଉପରେ ଯାତାୟାତ ବନ୍ଦ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଦୀର୍ଘଦିନର ଅପେକ୍ଷା ପରେ କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ସେତୁର ମରାମତି କାର୍ଯ୍ୟ ଆରମ୍ଭ ପାଇଁ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଛି। ଏ ନେଇ ଆନନ୍ଦପୁର ଉପଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ପରିସରରେ ଏକ ଜରୁରୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ବୈଠକରେ ପୂର୍ତ୍ତ ବିଭାଗ ସହକାରୀ ଅଧିକାରୀ ସମୀର କୁମାର ଅଧିକାରୀ, ବୈତରଣୀ ବ୍ୟାରେଜ ଡିଭିଜନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବି.ବେହେରା, ଆନନ୍ଦପୁର ତହସିଲଦାର ତପନ କୁମାର ନାୟକ, ଆନନ୍ଦପୁର ଆଇଆଇସି ଗଗନ ବିହାରୀ ବିଶ୍ୱାଳ, ଆନନ୍ଦପୁର ଅଗ୍ନିଶମ ବିଭାଗ ଅଧିକାରୀ ପ୍ରତାପ କୁମାର ସିଂହ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।
ମରାମତି କାର୍ଯ୍ୟ ପାଇଁ ଦାୟିତ୍ୱରେ ଥିବା ଠିକାଦାର ୩ ଦିନ ସମୟ ମାଗିଥିବା ବେଳେ ଅନିବାର୍ଯ୍ୟ କାରଣରୁ ବିଳମ୍ବକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ୧୨ ତାରିଖ ବୁଧବାରଠାରୁ ୧୬ ତାରିଖ ରବିବାର ପର୍ଯ୍ୟନ୍ତ ୫ ଦିନ ସେତୁ ଉପରେ ଯାତାୟାତରେ ରୋକ ଲଗାଯାଇଛି। ତେବେ ଏହି ମରାମତି କାର୍ଯ୍ୟ ଯେତେ ଶୀଘ୍ର ସରିବ ସେବେଠାରୁ ଏହା ସର୍ବସାଧାରଣରେ ଯାତାୟାତର ସୁବିଧା କରାଯିବ ବୋଲି ଉପଜିଲାପାଳ ସାହୁ ସୂଚନା ଦେଇଛନ୍ତି। ନଦୀର ଉଭୟପାର୍ଶ୍ୱକୁ ଲୋକମାନଙ୍କ ଯାତାୟାତକୁ ଦୃଷ୍ଟିରେ ରଖି ବ୍ୟାରେଜ ରାସ୍ତାକୁ ସାମୂହିକ ମରାମତି କରାଯାଉଛି। ହେଲେ ଏହି ବ୍ୟାରେଜ ରାସ୍ତାରେ ଭାରିଯାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri