ବୈତରଣୀରେ ଲୀନ ହେବାକୁ ବସିଛି ଧରମପୁର ଗାଁ: ସ୍ଥିତି ପରଖିଲେ ଜଳସମ୍ପଦ ବିଭାଗ ଅଧିକାରୀ, ନଦୀବନ୍ଧ ନିର୍ମାଣ ପାଇଁ ପ୍ରସ୍ତାବ

ଦଶରଥପୁର,୨୯।୯(ଡି.ଏନ୍‌.ଏ.)- ଦଶରଥପୁର ବ୍ଲକ କୟାଁ ପଞ୍ଚାୟତ ଅଧୀନ ଧରମପୁର ଗାଁ ପାର୍ଶ୍ୱ ଦେଇ ଯାଇଥିବା ବୈତରଣୀ ନଦୀ ଧିରେଧିରେ ନଦୀପଠାକୁ ଖାଇ ଚାଲିଛି। ଫଳରେ ନଦୀକୁ ଲାଗି ରହିଥିବା ଧରମପୁର ଗ୍ରାମଟି ଭବିଷ୍ୟତରେ ନଦୀରେ ଲୀନ ହୋଇଯିବାର ଆଶଙ୍କା ଦେଖାଦେଇଛି। ଏନେଇ ସମ୍ପୃକ୍ତ ଗ୍ରାମବାସୀ ରାଜନେତାଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ବହୁବାର ଦୃଷ୍ଟି ଆକର୍ଷଣ କରିବା ପରେ ଜଳସମ୍ପଦ ବିଭାଗ ଅଧିକାରୀ ଶନିବାର ସ୍ଥିତି ପରଖିଛନ୍ତି। ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଚଣ୍ଡେଶ୍ୱର ବେହେରା, ଯାଜପୁର ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଞ୍ଜିନିୟର ଧନେଶ୍ୱର ସାମଲ ପ୍ରମୁଖଙ୍କ ସହ ବିଭାଗୀୟ ଅନ୍ୟାନ୍ୟ କର୍ମଚାରୀ ଶନିବାର ଧରମପୁର ଗ୍ରାମରେ ପହଞ୍ଚି ନଦୀ ଖାଉଥିବା ସ୍ଥାନକୁ ଯାଇ ସ୍ଥିତି ପରଖିଥିଲେ। ସୂଚନା ଯେ, ପ୍ରତିବର୍ଷ ନଦୀରେ ବନ୍ୟା ଆସିଲେ ଧରମପୁର ଗ୍ରାମବାସୀଙ୍କ ମନରେ ଛନକା ପଶିଥାଏ। ଗ୍ରାମର ଏପରି ଅବସ୍ଥାକୁ ଅନୁଧ୍ୟାନ କରି ଗ୍ରାମକୁ ନଦୀ ପ୍ରକୋପରୁ ରକ୍ଷା କରିବାକୁ ଜଳସମ୍ପଦ ବିଭାଗ ଧମରପୁରଠାରୁ ଗହୀରାପାଳ ପର୍ଯ୍ୟନ୍ତ ନଦୀ କୂଳେକୂଳେ ବନ୍ଧ ନିର୍ମାଣ କରିବା ପାଇଁ ନିର୍ବାହୀ ଯନ୍ତ୍ରୀ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟରଙ୍କ ନିକଟରେ ପ୍ରସ୍ତାବ ଦେଇଥିଲେ। ଖୁବ୍‌ଶୀଘ୍ର ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ପ୍ରୟାସ ଆରମ୍ଭ କରାଯିବ ବୋଲି ସୁପରିଟେଣ୍ଡେଣ୍ଟ ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ୨୦୧୭-୧୮ ଆର୍ଥିକ ବର୍ଷରେ ଏହି ଗ୍ରାମ ନିକଟରେ ଥିବା ନଦୀପଠାକୁ ଯାଜପୁର ଜଳସମ୍ପଦ ବିଭାଗ ପକ୍ଷରୁ ନଦୀ ନିମ୍ନଭାଗରୁ ଉପର ଭାଗ ପର୍ଯ୍ୟନ୍ତ ପଥର ପ୍ୟାକିଂ କରାଯାଇ ସ୍ଲୋପ୍‌ ପ୍ରୋଟେକ୍‌ଶନ୍‌ କାର୍ଯ୍ୟ କରାଯାଇଛି। ପ୍ରାୟ ୨୨ଲକ୍ଷ ୫୫ହଜାର ୧୭୯ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ଏହି କାର୍ଯ୍ୟକୁ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ତନଖି କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଯାଜପୁର ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଫୁଲ୍ଲ କୁମାର କର, ଦଶରଥପୁର କନିଷ୍ଠ ଯନ୍ତ୍ରୀ ଭାଗବତ ବେହେରାଙ୍କ ସହ ବିଭାଗର ଅନ୍ୟ ବହୁ ଅଧିକାରୀ ସୁପରିଟେଣ୍ଡେଣ୍ଟଙ୍କ ଏହି ପରିଦର୍ଶନବେଳେ ସାଥିରେ ଥିଲେ। ଜଳସମ୍ପଦ ବିଭାଗ ପକ୍ଷରୁ ଗ୍ରାମକୁ ନଦୀ ପ୍ରକୋପରୁ ରକ୍ଷା କରିବାକୁ ନିର୍ବାହୀ ଯନ୍ତ୍ରୀଙ୍କ ପକ୍ଷରୁ ଦିଆଯାଇଥିବା ନଦୀବନ୍ଧ ପ୍ରସ୍ତାବକୁ ଜାଣିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri