Posted inଜାତୀୟ

ବୈବାହିକ ବଳାତ୍କାର ବିରୋଧରେ ଆଇନ ଆଣିବାକୁ ଆବେଦନ: ହସ୍ତକ୍ଷେପ ଲାଗି ସୁପ୍ରିମକୋର୍ଟ ମନାକଲେ

ନୂଆଦିଲ୍ଲୀ,୨ା୭: ସ୍ତ୍ରୀଙ୍କ ଇଚ୍ଛା ବିରୋଧରେ ଯୌନସମ୍ପର୍କ ରଖିବା (ବୈବାହିକ ବଳାତ୍କାର)କୁ ଛାଡ଼ପତ୍ରର କାରଣ ଭାବେ ଗ୍ରହଣ କରିବା ଲାଗି ଆଇନ ଆଣିବା ଏବଂ ଏଭଳି ଘଟଣାରେ ଏତଲା ଦାଏର ଲାଗି ଗାଇଡଲାଇନ୍ସ ସ୍ପଷ୍ଟ କରିବା ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା ଆବେଦନରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଅନୁରୂପ ମାମଲା ଦିଲ୍ଲୀ ହାଇକୋର୍ଟରେ ବିଚାରାଧୀନ ଥିବାରୁ ସେଠାରେ ଆବେଦନ କରିବା ନିମନ୍ତେ ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ପିଟିଶନର ଆଇନଜୀବୀ ଅନୁଜା କପୁରଙ୍କୁ କହିଛନ୍ତି।
ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଖଣ୍ଡପୀଠରେ ମଧ୍ୟ ସୋମବାର ଏହିଭଳି ଏକ ବୈବାହିକ ମାମଲା ଆସିଥିଲା। ବିବାହ ବନ୍ଧନରେ ଆବଦ୍ଧ ହୋଇ ୭ ବର୍ଷ ବୈବାହିକ ଜୀବନ ବିତାଇବା ପରେ ସେମାନେ ପରସ୍ପରକୁ ଛାଡପତ୍ର ଦେଇଛନ୍ତି। ଏହା ପରେ ମହିଳା ଜଣକ ତାଙ୍କ ସ୍ବାମୀଙ୍କ ବିରୋଧରେ ଆଇପିସିର ଧାରା ୩୭୬ରେ ଅଭିଯୋଗ ଆଣିଛନ୍ତି।
ବୈବାହିକ ବଳାତ୍କାର ରୋକିବା ପାଇଁ କୌଣସି ଆଇନ ନାହିଁ। ଏହା ସତ୍ତ୍ୱେ ମହିଳାଙ୍କ ମର୍ଯ୍ୟାଦା ରକ୍ଷା ହେବା ଆବଶ୍ୟକ। ସେଥିପାଇଁ ସୁପ୍ରିମକୋର୍ଟ ସମସ୍ତଙ୍କ କଲ୍ୟାଣ ଓ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରତିପକ୍ଷଙ୍କୁ ଉପଯୁକ୍ତ ନିର୍ଦ୍ଦେଶ ଦେବା ଉଚିତ। ସର୍ବୋଚ୍ଚ ଅଦାଲତ ଆବେଦନର ଶୁଣାଣି କରି ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ପିଟିଶନର ଯୁକ୍ତି ବାଢ଼ିଥିଲେ। ବୈବାହିକ ଜୀବନରେ ବଳାତ୍କାର ରୋକିବା ସମୟର ଆବଶ୍ୟକତା ବୋଲି ସେ କହିଥିଲେ। କାରଣ ଏହା ମଧ୍ୟ ମୌଳିକ ତଥା ଆଇନଗତ ଅଧିକାରର ଉଲ୍ଲଂଘନ ବୋଲି ଭାବିବା ନିମନ୍ତେ ମହିଳାମାନଙ୍କ ପାଇଁ ସମୟ ଆସିଛି ବୋଲି ଆବେଦନକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?