‘ବୈଶାଖୀ ମହୋତ୍ସବ’ର ଦ୍ୱିତୀୟ ସନ୍ଧ୍ୟା: ମନମୋହିଲା ନୃତ୍ୟାଭିନୟ ‘ମୁଁ’

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ଚିନ୍ତା ଓ ଚେତନା ପକ୍ଷରୁ ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ୪୦ତମ ବୈଶାଖୀ ମହୋତ୍ସବର ମଙ୍ଗଳବାର ଥିଲା ଦ୍ୱିତୀୟ ସନ୍ଧ୍ୟା। ଏହି ଅବସରରେ ରାଜ୍ୟର ବହୁ ଜଣାଶୁଣା ଓଡ଼ିଶୀ ନୃତ୍ୟଶିଳ୍ପୀଙ୍କ ଦ୍ୱାରା ପରିବେଷିତ ମନୋଜ୍ଞ ଓଡ଼ିଶୀ ନୃତ୍ୟ ସନ୍ଧ୍ୟାର ପ୍ରମୁଖ ଆକର୍ଷଣ ସାଜିଥିଲା। ଦ୍ୱିତୀୟ ସନ୍ଧ୍ୟାରେ ଅତିଥି ଭାବେ ଆକାଶ ଇନ୍‌ଷ୍ଟିଚ୍ୟୁଟ୍‌ ମୁଖ୍ୟ ଅଜୟ ବାହାଦୂର, ସନ୍‌ମାର୍ଗ ସମ୍ପାଦକ ଅଶୋକ ପାଣ୍ଡେ, ଚିନ୍ତା ଓ ଚେତନାର ରାଷ୍ଟ୍ରୀୟ ସଂଯୋଜକ ଶ୍ରୀକାନ୍ତ ମିଶ୍ର, ମହାସଚିବ ସୁରେନ୍ଦ୍ର ଦାସ, ପ୍ରୟାସର ମୁଖ୍ୟ ବନବିହାରୀ ମହାନ୍ତି ଓ ସହଦେବ ସାହୁ ଯୋଗଦେଇଥିଲେ। ଓଡ଼ିଆ ନବବର୍ଷକୁ ବର୍ତ୍ତମାନର ଯୁବପିଢ଼ିଙ୍କ ମଧ୍ୟରେ ଉଜ୍ଜୀବୀତ ରଖିବା ଏବଂ ଓଡ଼ିଆ ସଂସ୍କୃତି, ପରମ୍ପରାର ମହାନତାକୁ ସମସ୍ତଙ୍କ ଆଗରେ ଉପସ୍ଥାପନ କରିବାରେ ଦୀର୍ଘ ୪୦ବର୍ଷ ଧରି ବୈଶାଖୀ ମହୋତ୍ସବ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଥିବା ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଓଡ଼ିଶୀ ନୃତ୍ୟଶିଳ୍ପୀ ଅନନ୍ୟାଙ୍କ ‘ମାନଭଞ୍ଜନ’ ପରିବେଷଣରୁ କାର୍ଯ୍ୟକ୍ରମ ଆରମ୍ଭ ହେବା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସନ୍ଧ୍ୟା ଆଳତି ଅନୁଷ୍ଠିତ ହୋଇଥିଲା। ଏହାପରେ ‘ନୃତ୍ୟଶାଳା’ ଅନୁଷ୍ଠାନର ଶିଳ୍ପୀମାନେ ଓଡ଼ିଶୀ ନୃତ୍ୟାଭିନୟ ‘ମୁଁ’ ପରିବେଷଣ କରି ଉପସ୍ଥିତ ଦର୍ଶକଙ୍କ ମନ ମୋହିଥିଲେ। ଗୁରୁ ନବକିଶୋର ମିଶ୍ରଙ୍କ ରଚନା, ହିଂମାଶୁ ଶେଖର ସ୍ବାଇଁଙ୍କ ସଙ୍ଗୀତ ନିର୍ଦ୍ଦେଶନା, ଗୁରୁ ଧନେଶ୍ୱର ସ୍ବାଇଁ ଓ କ୍ଷିତିପ୍ରକାଶ ମହାପାତ୍ରଙ୍କ ବାଦ୍ୟ ସଂଯୋଜନା ଏବଂ ଅଶୋକ ଘୋଷାଲଙ୍କ ନୃତ୍ୟ ସଂଯୋଜନାରେ ପ୍ରସ୍ତୁତ ଏହି ନୃତ୍ୟାଭିନୟକୁ ଅତି ଚିତ୍ତାକର୍ଷକ ଭାବେ ମଞ୍ଚରେ ଉପସ୍ଥାପନା କରିଥିଲେ ଶିଳ୍ପୀ। ନୃତ୍ୟ ଏବଂ ଅଭିନୟର ସନ୍ତୁଳନ ସହ ମଣିଷ ଶରୀର କିଭଳି ଆତ୍ମା, ପରମାତ୍ମା ଓ ପ୍ରେତାତ୍ମାର ସମାହାରକୁ ନେଇ ସୃଷ୍ଟି ହୋଇଛି, ତାହାକୁ ଏଥିରେ ପ୍ରଦର୍ଶିତ କରାଯାଇଥିଲା। ସତ୍ୟଯୁଗରେ ହିରନ୍ୟକଶ୍ୟପ, ତ୍ରେତୟାରେ ରାବଣ ଓ ଦ୍ୱାପରର କଂସଠାରୁ କଳିଯୁଗର ‘ମୁଁ’ କିଭଳି ଅଧିକ ଭୟାନକ, ତାହାକୁ ଶିଳ୍ପୀମାନେ ଉପସ୍ଥାପନା କରିଥିଲେ। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ଏହି କାର୍ଯ୍ୟକ୍ରମର ମିଡିଆ ପାଟର୍ନର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri