ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ୨ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୫ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ୨ଟି ପୁସ୍ତକ ‘ଶେଷ ଚିଠି’ ଓ ‘ଭାଗବତ କଥାମୃତ’ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମହାନ୍ତିଙ୍କୁ ତାଙ୍କ ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଲେଖା ଜାରି ରଖିବା ପାଇଁ ପରାମର୍ଶ ଦେଇଛନ୍ତି। ଶେଷ ଚିଠି ଏକ କ୍ଷୁଦ୍ର ଗଳ୍ପ ସଂକଳନ। ଏଥିରେ ଉପକୂଳ ଓଡ଼ିଶାର ଅର୍ଦ୍ଧ ଶତାଦ୍ଦୀ ତଳର ସାମାଜିକ, ସାଂସ୍କୃତିକ ଓ ଆର୍ଥିକ ଅବସ୍ଥାର ନିଚ୍ଛକ ଚିତ୍ର ପ୍ରତିଫଳିତ ହୋଇଛି। ୨୩ଟି ଗଳ୍ପର ସମାହାରରେ ପ୍ରକାଶିତ ଏହି ପୁସ୍ତକଟି ପାଠକଙ୍କୁୁ ହଜିଯାଇଥିବା ଏକ ସମୟର ପରିଧିକୁ ଫେରାଇ ନେବାରେ ସକ୍ଷମ ହୋଇପାରିଛି। ବିଶିଷ୍ଟ ସାହିତି୍ୟକ ରାମଚନ୍ଦ୍ର ବେହେରା ଏହି ପୁସ୍ତକର ‘ଭୂମିକା’ ଲେଖିଛନ୍ତି। ଭାଗବତ କଥାମୃତ ଏକ ଆଧ୍ୟାତ୍ମିକ ଧର୍ମୀ ପୁସ୍ତକ। ଏଥିରେ ଭାଗବତର ବିଭିନ୍ନ ପ୍ରସଙ୍ଗକୁ ଆଧାରକରି ୪୪ଟି ଆଧ୍ୟାତ୍ମକ କଥାବସ୍ତୁ ସ୍ଥାନ ପାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ପୁସ୍ତକରେ ନିଜର ଅଭିମତ ରଖିଛନ୍ତି। ଲେଖକ ମହାନ୍ତି ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରାକ୍ତନ ନିର୍ଦ୍ଦେଶକ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକ ସମ୍ପର୍କ ଅଧିକାରୀ ଭାବେ ଦୀର୍ଘଦିନ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri