Posted inଖେଳ

ବୋଟାସ ଜିତିଲେ ଆଜରବୈଜାନ ଗ୍ରାଁ ପ୍ରି

ବାକୁ, ୨୯ା୪ (ଏଏଫ୍‌ପି)-ମର୍ସିଡିଜ୍‌ ଟିମ୍‌ମେଟ୍‌ ଲୁଇସ୍‌ ହାମିଲଟନଙ୍କୁ ପଛରେ ପକାଇ ଭାଲଟେରି ବୋଟାସ ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ରେସ୍‌ ଜିତିଛନ୍ତି। ଏଥିସହିତ ସେ ୨୦୧୯ ଡ୍ରାଇଭର୍ସ ଟାଇଟଲ ରେସ୍‌ରେ ପ୍ରଥମ ସ୍ଥାନକୁ ଫେରିଛନ୍ତି। ଏଠାରେ ରବିବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ରୋମାଞ୍ଚକ ରେସ୍‌ରେ ବୋଟାସ ଦ୍ୱିତୀୟ ସ୍ଥାନରେ ଥିବା ହାମିଲଟନଙ୍କଠାରୁ ୧.୫ ସେକେଣ୍ଡ ଆଗରେ ରହିଥିଲେ। ଫଳରେ ମର୍ସିଡିଜ ସିଜନ ଓପନିଂରେ କ୍ରମାଗତ ଚତୁର୍ଥ ଥର ପାଇଁ ପ୍ରଥମ ଓ ଦ୍ୱିତୀୟ ସ୍ଥାନ ହାସଲ କରିପାରିଛନ୍ତି। ପୂର୍ବରୁ ଫେରାରୀ ପ୍ରଥମ ଟିମ୍‌ ଭାବେ ଏହି ସଫଳତା ୧୯୫୨ରେ ହାସଲ କରିଥିଲା। ବୋଟାସଙ୍କର ଚଳିତ ସିଜନରେ ଏହା ହେଉଛି ଦ୍ୱିତୀୟ ଟାଇଟଲ। ରେସ୍‌ରେ ଟପ୍‌ ୧୦ରେ ରହିଥିବା ଅନ୍ୟ ଡ୍ରାଇଭରମାନେ ଯଥାକ୍ରମେ ହେଲେ-ସେବାଷ୍ଟିଆନ ଭେଟେଲ (ଫେରାରି), ମାକ୍ସ ଭର୍ଷ୍ଟାପେନ୍‌(ରେଡବୁଲ୍‌), ଚାର୍ଲସ ଲେକଲେର୍କ (ଫେରାରି), ସର୍ଗିଓ ପେରେଜ(ରେସିଂ ପଏଣ୍ଟ), କାର୍ଲୋସ ସେଞ୍ଜ୍‌ ଜୁନିୟର(ମ୍ୟାକ୍‌ଲରେନ), ଲାଣ୍ଡୋ ନୋରିସ(ମ୍ୟାକ୍‌ଲରେନ), ଲାନ୍ସ ଷ୍ଟ୍ରୋଲ୍‌(ରେସିଂ ପଏଣ୍ଟ), କିମି ରାଇକୋନେନ (ଆଲ୍‌ଫା ରୋମିଓ)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିଜୟ ହଜାରେ ଟ୍ରଫିରେ ୩ୟ ମ୍ୟାଚ ଖେଳିବେ କୋହଲି! ସାମ୍ନାକୁ ଆସିଲା ତାରିଖ, ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ବ୍ୟାଟିଂକୁ ପ୍ରଶଂସକମାନେ ପୂରା ଉପଭୋଗ କରିଥିଲେ। ଡିସେମ୍ବର ୨୪ ତାରିଖରେ ଉଭୟ ପ୍ରଥମ...

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri