Posted inଜାତୀୟ

ବୋଡୋ ଚୁକ୍ତିନାମା ସ୍ବାକ୍ଷର

ନୂଆଦିଲ୍ଲୀ,୨୮ା୧(ପି.ଟି.): ବୋଡୋ ସମସ୍ୟାର ସମାଧାନ ଲାଗି ସରକାର ସୋମବାର ଆସାମର ଦୁଇ ଉଗ୍ରପନ୍ଥୀ ସଂଗଠନ ନ୍ୟାଶନାଲ ଡେମୋକ୍ରାଟିକ୍‌ ଫ୍ରଣ୍ଟ୍‌ ଅଫ୍‌ ବୋଡୋଲ୍ୟାଣ୍ଡ (ଏନ୍‌ଡିଏଫ୍‌ବି) ଏବଂ ଅଲ୍‌ ବୋଡୋ ଷ୍ଟୁଡେଣ୍ଟସ୍‌ ୟୁନିୟନ (ଏବିଏସ୍‌ୟୁ) ସହ ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ବୋଡୋଲ୍ୟାଣ୍ଡ ରାଜ୍ୟ ଗଠନ ଆନ୍ଦୋଳନର ନେତୃତ୍ୱ ନେଉଥିଲା ଏବିଏସ୍‌ୟୁ। ଏହି ତ୍ରିପାକ୍ଷିକ ଚୁକ୍ତିନାମାରେ ଆସାମ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ, ଏନ୍‌ଡିଏଫ୍‌ବି ଏବଂ ଏବିଏସ୍‌ୟୁର ଶୀର୍ଷ ନେତୃତ୍ୱ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ସତ୍ୟେନ୍ଦ୍ର ଗର୍ଗ ଏବଂ ଆସାମର ମୁଖ୍ୟ ଶାସନ ସଚିବ କୁମାର ସଞ୍ଜୟ କ୍ରିଷ୍ଣା ସ୍ବାକ୍ଷର କରିଛନ୍ତି। ଏହି ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଉପସ୍ଥିତ ଥିଲେ। ଏହା ଏକ ଐତିହାସିକ ମୁହୂର୍ତ୍ତ ବୋଲି ଶାହା କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଛନ୍ତି। ଏହା ଶାନ୍ତି, ସଦ୍‌ଭାବନା ଓ ଭାଇଚାରାର ନୂଆ ସକାଳ ଆଣିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଚୁକ୍ତିନାମା ଅନୁଯାୟୀ ବୋଡୋ ସଂଗଠନକୁ ବିଭିନ୍ନ ରାଜନୈତିକ ଓ ଆର୍ଥତ୍କ ସହାୟତା ଯୋଗାଇଦିଆଯିବ। ଚୁକ୍ତି ଅନୁଯାୟୀ ପୂର୍ବରୁ ଯେଉଁମାନେ ସଶସ୍ତ୍ର ଉଗ୍ରବାଦୀ ସଂଗଠନରେ ସାମିଲ ଥିଲେ, ସେମାନେ ଏବେ ମୁଖ୍ୟସ୍ରୋତରେ ସାମିଲ ହେବେ ଓ ରାଷ୍ଟ୍ରର ବିକାଶରେ ସହଯୋଗ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri