ବୋରିସ୍‌ଙ୍କ କ୍ୟାବିନେଟ୍‌ରେ ୩ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ,୨୬।୭(ପି.ଟି.):ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ୩ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଦ୍ୱାରା ବୋରିସ୍‌ ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ପାଇବାର କିଛି ଘଣ୍ଟା ପରେ ସେ ପ୍ରୀତି ପଟେଲ୍‌ଙ୍କୁ ସ୍ବରାଷ୍ଟ୍ର ସଚିବ, ଆଲୋକ ଶର୍ମାଙ୍କୁ ଅନ୍ତର୍ଜାତୀୟ ଉନ୍ନୟନ ସଚିବ ଏବଂ ଋଷି ସୌନକଙ୍କୁ ଟ୍ରେଜେରି ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ସେମାନେ ଗୁରୁବାର ପୂର୍ବାହ୍ନରେ ୧୦ ଡାଉନିଂ ଷ୍ଟ୍ରିଟ୍‌ରେ କ୍ୟାବିନେଟ୍‌ ବୈଠକରେ ଯୋଗ ଦେଇଥିଲେ।
ବୁଧବାର ତାଙ୍କର ପ୍ରଥମ ବକ୍ତୃତାରେ କହିଥିଲେ, ‘ଆମେ ଆମ ଗଣତନ୍ତ୍ରରେ ବିଶ୍ୱାସ ପୁନଃ ସ୍ଥାପନ କରିବା ଏବଂ ଜନସାଧାରଣଙ୍କୁ ଦିଆଯାଉଥିବା ପ୍ରତିଶ୍ରୁତି ପାଳନ କରିବା। ଏଥିସହିତ ଦୋଦୋପାଞ୍ଚ ନ ହୋଇ ଅକ୍ଟୋବର ୩୧ରେ ୟୁରୋପୀୟ ୟୁନିୟନ୍‌ରୁ ଓହରି ଆସିବାକୁ ପଡ଼ିବ।’ ବୋରିସ୍‌ଙ୍କ ଅନୁଗତ ତଥା ବ୍ରେକ୍‌ଜିଟ୍‌ ସପକ୍ଷବାଦୀ ପ୍ରଚାରକ ପଟେଲ ବର୍ତ୍ତମାନ ବ୍ରିଟେନ୍‌ର ନିରାପତ୍ତା, ଆପ୍ରବାସନ ଏବଂ ଭିଜା ପଲିସି ଦାୟିତ୍ୱରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri