ବୋଲଗଡ଼ ଓ କୃଷ୍ଣପ୍ରସାଦରେ ବାହୁଡ଼ା ଯାତ୍ରା

ବୋଲଗଡ଼,୧୩ା୭(ଡି.ଏନ୍‌.ଏ.): ବୋଲଗଡ଼ ବ୍ଲକରେ ଶୁକ୍ରବାର ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ନନ୍ଦିଘୋଷ ଭବନସ୍ଥିତ ମାଉସୀ ମା’ ମନ୍ଦିରରୁ ଶ୍ରୀଜୀଉଙ୍କ ବିଗ୍ରହଙ୍କୁ ରଥକୁ ପହଣ୍ଡି ବିଜେ କରାଯାଇଥିଲା। ଅପରାହ୍ନ ୨ଟାରେ ଛେରାପହଁରା କରାଯାଇଥିଲା। ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା ରଥରେ ବିଜେ କରି ମନ୍ଦିର ନିକଟସ୍ଥ ସ୍ଥାନୀୟ ବଜାରରେ ପହଞ୍ଚତ୍ବା ପରେ ଶ୍ରଦ୍ଧାଳୁମାନେ ଭକ୍ତି ଓ ବିଶ୍ୱାସର ସହ ଦର୍ଶନ କରିଥିଲେ। ଶନିବାର ମହାପ୍ରଭୁଙ୍କୁ ସୁନାବେଶ ସଜ୍ଜିତ କରାଯିବାର ସମସ୍ତ ଆୟୋଜନ ଚାଲିଥିବା ସୂଚନା ମିଳିଛି। ସେହିପରି ସାନକୁମାରୀ, ଚମ୍ପାଇଲୋ, ସାଗର ଗାଁ, ଖଉରୁଣୀଠାରେ ମଧ୍ୟ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି।
କୃଷ୍ଣପ୍ରସାଦ-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ ପାରିକୁଦଗଡ଼ଠାରେ ଅନୁଷ୍ଠିତ ବାହୁଡ଼ାଯାତ୍ରାରେ ପାରିକୁଦ ରାଜ ପୁରୋହିତ କମଳ ଚନ୍ଦ୍ର ଦେବତା ଛେରାପହଁରା କରିବା ପରେ ରଥ ଟଣାଯାଇଥିଲା । ଶନିବାର ବଡ ଏକାଦଶୀ ଓ ସୁନାବେଶ ଲାଗି ରଥଯାତ୍ରା ପରିଚାଳନା କମିଟି ତରଫରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ନୀଳକଣ୍ଠ ତ୍ରିପାଠୀ, ବାଉରିବନ୍ଧୁ ଦଳେଇ, ଦୁର୍ଯ୍ୟୋଧନ ନାୟକ, ଅଶୋକ କୁମାର ପଣ୍ଡା, ସୁଶାନ୍ତ କୁମାର ଭାରିମଲ୍ଲ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶାନ୍ତିଶୃଙ୍ଖଳା ନିମନ୍ତେ କୃଷ୍ଣପ୍ରସାଦ ଥାନା ଆଇଆଇସି ସୁଧୀର କୁମାର ସାହୁଙ୍କ ନେତୃତ୍ୱରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ସେହିଭଳି ତିତିପ ପଞ୍ଚାୟତସ୍ଥ ଦେଉଳପଡ଼ାଠାରେ ସ୍ବର୍ଗତ ସନାତନ ଦାସଙ୍କ ନେତୃତ୍ୱରେ ୭ ବର୍ଷ ଧରି ଅନୁଷ୍ଠିତ ଉତ୍ସବରେ ବଡ଼ପଣ୍ଡା ଜଗନ୍ନାଥ ଦାଶ, ବାବୁଲି ଦାଶ, ବଳରାମ ଦାଶ, ଲୋଚନ ଦାଶ, ମନୋଜ ମହାପାତ୍ର ଓ କାଳୁ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri