Posted inରାଜ୍ୟ

ବୋଲଗଡ଼ରେ ଦେବଦମ୍ପତି ବିବାହ

ବୋଲଗଡ଼,୮ା୬(ଡି.ଏନ.ଏ.): ଶୀତଳ ଷଷ୍ଠୀ ପର୍ବ ଅବସରରେ ବୋଲଗଡ଼ ବ୍ଲକ ଅଞ୍ଚଳର ବିଭିନ୍ନ ଶିବାଳୟରେ ଶୁକ୍ରବାର ଦେବଦମ୍ପତିଙ୍କ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବଡକୁମାରୀସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠେଶ୍ୱରଦେବଙ୍କ ବିବାହ ଉତ୍ସବରେ ବରପିତା ଭାବେ ବାମଦେବ ରଥ ଏବଂ କନ୍ୟାପିତା ଭାବେ ନୀଳକଣ୍ଠ ପଣ୍ଡା ଦାୟିତ୍ୱ ଗ୍ରହଣ କରିଥିଲେ। ଗେଡିଆପଲ୍ଲୀ ପଞ୍ଚାୟତ ସାଲତରାସ୍ଥିତ ଶ୍ରୀବାଲୁଙ୍କେଶ୍ୱରଦେବଙ୍କ ବିବାହ ଉତ୍ସବରେ ବରପିତା ଭାବେ ଚକ୍ରଧର ତ୍ରିପାଠୀ ଏବଂ କନ୍ୟାପିତା ଭାବେ ଲକ୍ଷ୍ମୀଧର ତ୍ରିପାଠୀ ଯୋଗ ଦେଇଥିଲେ। ସାଗରଗଁ।ସ୍ଥିତ ନୀଳକଣ୍ଠେଶ୍ୱରଦେବଙ୍କ ବିବାହରେ ବରପିତା ମହାଦେବ ପଟ୍ଟଯୋଶୀ ଏବଂ ପ୍ରଭାକର ପଣ୍ଡା କନ୍ୟାପିତା ଦାୟିତ୍ୱ ତୁଲାଇଥିଲେ। ସେହିପରି ରାଜସୁନାକଳା ନୃସିଂହପୁର ଶାସନସ୍ଥିତ ଶ୍ରୀଅମୃତେଶ୍ୱରଦେବଙ୍କ ବିବାହ ଉତ୍ସବରେ ଗୌର ମୋହନ ମିଶ୍ର କନ୍ୟାପିତା ଓ ଦିଲୀପ କୁମାର ମିଶ୍ର ବରପିତା ସାଜିଥିଲେ। ଦେବଦମ୍ପତିଙ୍କୁ ବାଜା, ବାଣ, ରୋଷଣି ଓ ପାଟପଟୁଆରରେ ବିମାନରେ ଗ୍ରାମ ଓ ବିଭିନ୍ନ ସ୍ଥାନ ପରିକ୍ରମା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri