Odisha Elections 2024

ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତାରୋକୋ

କୁଳିଅଣା,୧୧ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ଖବରପାଇ ସ୍ଥାନୀୟ ପୋଲିସ ସହ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ମୃତ ବୃଦ୍ଧା ଜଣକ ହେଲେ ବାଇଗଣବାଡ଼ିଆ ପଞ୍ଚାୟତ ଅନ୍ତର୍ଗତ ୩ ନଂ. ଓ୍ବାର୍ଡ ଚାଉଳଘୋରୀ ସାହିର ଶୁନି ସିଂ(୭୧)। ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା ପାଇଁ ରାସ୍ତା ପାରି ହେଉଥିବା ବେଳେ ବୋଲେରୋଟି ତାଙ୍କୁ ଧକ୍କା ଦେଇ ପଳାଇଥିଲା। ଏନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି ।...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା

ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା...

ଶୀତଳ ହେଲା ଶିମିଳିପାଳ

ବାରିପଦା,୧୧।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ପରିପୂର୍ଣ୍ଣ ପ୍ରକୃତି ରାଣୀ ଶିମିଳିପାଳକୁ ପ୍ରାକୃତିକ ବର୍ଷାରୁ ସୁରକ୍ଷା ମିଳିଛି। ଶୀତଳ ହୋଇଛି ଅଭୟାରଣ୍ୟ ବନାଗ୍ନି। ଦୀର୍ଘ ୫୦ଦିନ...

ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri