ଭଦ୍ରକ ଅଫିସ, ୧୬।୧୧: ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଭାଟପଡ଼ା ପଞ୍ଚାୟତର ଶଂଖିଡା ଗଁାରେ ବୋହୂ ମାନ୍ୟତା ପାଇବା ପାଇଁ ଜଣେ ମହିଳା ସୋମବାରଠାରୁ ଶାଶୁଘର ଆଗରେ ଧାରଣା ଦେଇଥିଲେ। ତାଙ୍କ ବାପଘର ଧୂଷୂରୀ ଥାନା ଅଧୀନ ଖଡ଼ିମାହାରା ଅଞ୍ଚଳରେ। ସେ ଅଭିଯୋଗ କରିଥିଲେ ଯେ, ୨୦୧୬ରେ ଭଦ୍ରକ ମହିଳା କଲେଜରେ ପଢୁଥିବା ବେଳେ ଶଂଖିଡା ଗଁାର ଜଣେ ଯୁବକଙ୍କ ସହ ତାଙ୍କର ପ୍ରେମସମ୍ପର୍କ ଗଢ଼ିଉଠିଥିଲା। ଘର ଲୋକ ବିରୋଧ କରିବାରୁ ଯୁବକ ଜଣଙ୍କ ୨୦୧୯ରେ ତାଙ୍କୁ ନେଇ ଭୁବନେଶ୍ୱର ପଳାଇ ଯାଇଥିଲେ। ୨୦୨୦ରେ ସେମାନେ ଫେରି ଭଦ୍ରକ ସହର ଲୋକନାଥ ମନ୍ଦିର ଓ କୋର୍ଟରେ ବିବାହ କରିଥିଲେ। ବିବାହ ପରେ ସେମାନେ ହାଇଦ୍ରାବାଦରେ ରହୁଥିଲେ। ସେଠାରେ ତାଙ୍କ ସ୍ବାମୀଙ୍କ ଦେହ ଅସୁସ୍ଥ ହେବାରୁ ୫ ମାସ ତଳେ ଗଁାକୁ ଫେରିଆସିଥିଲେ। ତାଙ୍କୁ ବାପଘରେ ଛାଡ଼ି ସ୍ବାମୀ ନିଜ ଗଁାକୁ ଯାଇଥିଲେ। ପରିବାର ଲୋକଙ୍କ ସହ କଥା ହୋଇ ତାଙ୍କୁ ଘରକୁ ନେଇଯିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ। ହେଲେ ସେବେଠାରୁ ସେ ତାଙ୍କ ସହ କୌଣସି ଯୋଗାଯୋଗ ରଖି ନ ଥିବାବେଳେ ଏବେ ଅନ୍ୟତ୍ର ବିବାହ ପାଇଁ ପ୍ରସ୍ତୁତ ହେଉଛନ୍ତି। ଗତ ଜୁଲାଇରେ ଏନେଇ ସେ ତିହିଡ଼ି ଥାନାରେ ଅଭିଯୋଗ କରିଥିଲେ। ବାରମ୍ବାର ଗୁହାରି ପରେ ବି ପୋଲିସ କିଛି ନ ବୁଝିବାରୁ ସେ ବାଧ୍ୟହୋଇ ଭଦ୍ରକ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ପରେ ଜୁଲାଇ ୧୪ରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ପୋଲିସ କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେଉଥିବାରୁ ସେ ଧାରଣା ନିଷ୍ପତ୍ତି ନେଇଥିଲେ। ମଙ୍ଗଳବାର ଚାନ୍ଦବାଲି ଏସ୍ଡିପିଓ ଦେବୀଶଙ୍କର ପ୍ରତାପ ପହଞ୍ଚି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବା ପରେ ମହିଳା ଜଣଙ୍କ ଧାରଣାରୁ ଉଠିଥିଲେ।
Posted inଆମ ଜିଲା ଖବର, ଭଦ୍ରକ View All
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ…
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
Archives

