ବୋହୂଙ୍କୁ ଆକ୍ରମଣ: ଶ୍ୱଶୁର, ଶାଶୁଙ୍କ ନାମରେ ମାମଲା

ଖଇରା,୨୩।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ ଅଧୀନ ଧଳିଗଡିଆ ଗ୍ରାମର ତିଳୋତ୍ତମା ରାଉତ ନାମ୍ନୀ ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଖଇରା ପୋଲିସ ତାଙ୍କ ଶ୍ୱଶୁର, ଶାଶୁଙ୍କ ସମେତ ୬ଜଣଙ୍କ ନାମରେ ମାମଲା (୮୦/୨୦)ରୁଜୁ କରିଛି ା
ଅଭିଯୋଗ ଅନୁଯାୟୀ, ତିଳୋତ୍ତମାଙ୍କ ସ୍ବାମୀ ଗୌତମଙ୍କ ମୃତ୍ୟୁ ହେବା ପରେ ତାଙ୍କୁ ଶାଶୁ ଘର ଲୋକେ ଜମିବାଡି ଭାଗ ଦେଉ ନ ଥିଲେ ା ଏପରିକି ତାଙ୍କୁ ମାନସିକ, ଶାରିରୀକ ନିର୍ଯାତନା ଦିଆଯାଉଥିବା ସେ ଅଭିଯୋଗ କରିଛନ୍ତି। ମଙ୍ଗଳବାର ତିଳୋତ୍ତମାଙ୍କ ପୁଅ ବାଡିକୁ ଶାଗ କାଟିବାକୁ ଯାଇଥିବା ବେଳେ ଶ୍ୱଶୁର, ଶାଶୁ ଓ ଅନ୍ୟମାନେ ତିଳୋତ୍ତମା ଓ ତାଙ୍କ ପୁଅକୁ ମାଡ ମାରି କୋଠରୀରେ ବନ୍ଦ କରିଦେଇଥିଲେ। ଖଇରା ପୋଲିସ ପହଞ୍ଚି ତିଳୋତ୍ତମା ଓ ପୁଅକୁ ରୁଦ୍ଧ କୋଠରୀରୁ ଉଦ୍ଧାର କରିଥିବା ପରିବାରର ଅନ୍ୟମାନେ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri