ବୌଦ୍ଧ ପୁସ୍ତକମେଳା ଉଦ୍‌ଯାପିତ:ଓଡ଼ିଆ ସାହିତ୍ୟର ଅଭିବୃଦ୍ଧି ପାଇଁ ପୁସ୍ତକମେଳା ଗୁରୁତ୍ୱପୂର୍ଣ୍ଣ

ବୌଦ୍ଧ, ୧୧ା୧୨(ସ୍ବ.ପ୍ର):ବୌଦ୍ଧ ଜିଲା ସଦର ମହକୁମା କଚେରି ପଡିଆଠାରେ ଡିସେମ୍ବର ୩ ତାରିଖରୁ ଆରମ୍ଭ ହୋଇଥିବା ୭ ଦିନିଆ ‘ପଞ୍ଚଦଶ ବୌଦ୍ଧ ପୁସ୍ତକମେଳା’ ସୋମବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ରବିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଗଣମାଧ୍ୟମ ଓ ଲୋକ ସମ୍ପର୍କ ପରାମର୍ଶଦାତା ମାନସ ରଞ୍ଜନ ମଙ୍ଗରାଜ ମୁଖ୍ୟଅତିଥି, ଉତ୍କଳ ପ୍ରସଙ୍ଗର ସମ୍ପାଦକ ଡଃ ଲେନିନ ମହାନ୍ତି, ବୌଦ୍ଧ ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାସ ଓ ସମ୍ବାଦର ଉପମହାପ୍ରବନ୍ଧକ ଦେବେନ୍ଦ୍ର ସାମନ୍ତରାୟ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଆ ସାହିତ୍ୟର ଅଭିବୃଦ୍ଧି ଏବଂ ଓଡ଼ିଆ ପୁସ୍ତକର ଆଦୃତି ବଢାଇବାରେ ପୁସ୍ତକମେଳା ଆୟୋଜନର ଯଥାର୍ଥତା ରହିଛି ବୋଲି ମତପ୍ରକାଶ କରିଥିଲେ। ବିଭିନ୍ନ ସ୍ଥାନରେ ପୁସ୍ତକମେଳା ଆୟୋଜନ କରାଯିବା ଫଳରେ ପାଠିକପାଠକଙ୍କ ନିକଟରେ ରୁଚି ଅନୁଯାୟୀ ପୁସ୍ତକ ଉପଲବ୍ଧ ହୋଇପାରୁଛି। ଆୟୋଜକ ଅନୁଷ୍ଠାନମାନଙ୍କର ଆନ୍ତରିକତା ଓ ନିଷ୍ଠାପରତା ଯୋଗୁ ଏହା ସମ୍ଭବ ହୋଇପାରୁଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ପୁସ୍ତକମେଳା ଆୟୋଜକଙ୍କ ପକ୍ଷରୁ ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଉପସ୍ଥିତିରେ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ମଙ୍ଗରାଜ ଓ ଉତ୍କଳ ପ୍ରସଙ୍ଗର ସମ୍ପାଦକ ଡଃ ମହାନ୍ତିଙ୍କୁ ‘ବାର୍ତ୍ତାବହ ସମ୍ମାନ-୨୦୧୯’ରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri