ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପୁରୀ ଗଲା

ବୌଦ୍ଧ, ୨୫ା୪(ସ୍ବ.ପ୍ର):ପୁରୀ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପଠାଯାଇଛି। ଶନିବାର ଅପରାହ୍ନରେ ଜିଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ଜୟ ଜଗନ୍ନାଥ ଓ ହରିବୋଲ ଧ୍ୱନି ଦେଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା ପାଇଁ ରଥ ନିର୍ମାଣ ନିମନ୍ତେ ତିନିଟି ଟ୍ରକରେ କାଠ ପଠାଇଥିଲେ। ବୌଦ୍ଧ ବନଖଣ୍ଡର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗୁନ୍ଦୁଳିଆ ପଞ୍ଚାୟତର ମନମୁଣ୍ଡାରେ ମାଳତୀଗୋଛାପଡା ଜଙ୍ଗଲରୁ ୩୦ଖଣ୍ଡ ଧଉରା ଓ ୨୭ ଖଣ୍ଡ ଫାସୀ କାଠ କଟାଯାଇ ତିନୋଟି ଟ୍ରକରେ ବୌଦ୍ଧ ଅଣାଯାଇଥିଲା। ବୌଦ୍ଧ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା ପରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର, ଆରକ୍ଷୀ ଅଧୀକ୍ଷକ ଭି. ରଘୁନାଥ ରାଓ, ଜିଲା ଦୌରାଜଜ୍‌ ଅରବିନ୍ଦ କୁମାର ଗୁରୁ, ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶଶାଙ୍କ ଶେଖର ଦାଶ,ବନଖଣ୍ଡ ଅଧିକାରୀ ଯଶୋବନ୍ତ ସେଠୀ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଲକ୍ଷ୍ମୀଧର ସାହୁ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶାନ୍ତନୁ କୁମାର ନାଏକ, ଅବକାରୀ ଅଧିକ୍ଷକ ଶାନ୍ତନୁ କୁମାର ଦାଶ ପ୍ରମୁଖ ସବୁଜ ପତାକା ଦେଖାଇ ରଥାକାଠକୁ ବିଦାୟ ଦେଇଥିଲେ। ଏହି ଅବସରରେ ରଥକାଠ ସଂଗ୍ରହ ପାଇଁ ଆସିଥିବା ପୁରୀର ପ୍ରତିନିଧି ସୁଦର୍ଶନ ମେକାପ, ସୀତାରାମ ମହାରଣା ଓ ସୁରେଶ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ। ତୃତୀୟ ବର୍ଷ ପାଇଁ ବୌଦ୍ଧରୁ ପୁରୀ ରଥ ନିର୍ମାଣ ପାଇଁ ରଥକାଠ ପଠାଯାଇଛି। ଚଳିତବର୍ଷ ଆହୁରି ଦୁଇଟ୍ରକ କାଠ ଯିବ ବୋଲି ବନ ବିଭାଗ ନିକଟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri