Posted inପୁରୀ

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ, ତେଲ, ମାଛ, ଅଣ୍ଡା, ପରିବା ଓ ଔଷଧ ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। ଏହାଶୁଣି ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଞ୍ଚଳବାସୀ ଜରୁରୀ ସାମଗ୍ରୀ କିଣିବା ପାଇଁ ଦୋକାନଗୁଡ଼ିକରେ ନାହିଁ ନ ଥିତ୍ବା ଭିଡ଼ ଜମାଇଥିବାର ଦେଖିବାକୁ ମିଳିଛି। ଏହାକୁ ନଜରରେ ରଖି ବ୍ରହ୍ମଗିରି ବଜାରରେ କେତେକ ଅସାଧୁ ବ୍ୟବସାୟୀ ଏହାର ଫାଇଦା ଉଠାଇବା ପାଇଁ ତତ୍ପର ହୋଇପଡ଼ିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ, ଡାଲି, ଚାଉଳ ଓ ବିଭିନ୍ନ ପରିବାକୁ କଳାବଜାର କରି ଦୋକାନୀମାନେ ଚଢ଼ାଦରରେ ବିକୁଥିଲେ। ଖବରପାଇ ବ୍ରହ୍ମଗିରି ତହସିଲଦାର କିଶୋର କୁମାର ପଣ୍ଡା ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରି ଜଣେ ବ୍ୟବସାୟୀଙ୍କୁ ଅଟକ ରଖିଥିଲେ। ପରେ ଏଭଳି ପୁଣିଥରେ କରିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୁଝାଇବା ସହ ବୁଧବାର ତାଙ୍କଠାରୁ ଏକ ଅଣ୍ଡରଟେକିଂ ଲେଖି ଛାଡ଼ିିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…

ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍‌ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି।…

ନବଯୌବନ ଦର୍ଶନ ଆଜି, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ,୧୪।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ମଙ୍ଗଳବାର ଦଇତାପତି ସେବକମାନେ…

ରଥଯାତ୍ରା ଡ୍ୟୁଟିରେ ଆସିଥିବା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ସାକ୍ଷୀଗୋପାଳ, ୧୨।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରଥଯାତ୍ରା ଡ୍ୟୁଟିରେ ପୁରୀ ଆସିଥିବା ଜଣେ ହୋମଗାର୍ଡଙ୍କର ଶନିବାର ରାତିରେ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଙ୍କ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri