ବ୍ରହ୍ମପୁର, ଛତ୍ରପୁର, ଭଞ୍ଜନଗରରେ ହେବ ଭୋଟ ଗଣତି

ଛତ୍ରପୁର,୧୫ା୫(ଡି.ଏନ.ଏ)-ଆସନ୍ତା ୨୩ ତାରିଖରେ ହେବାକୁ ଥିବା ଭୋଟ ଗଣତି ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛିା ଜିଲାର ବ୍ରହ୍ମପୁର, ଛତ୍ରପୁର ଓ ଭଞ୍ଜନଗରସ୍ଥିତ କେନ୍ଦ୍ରଠାରେ ଭୋଟ ଗଣତି କରାଯିବ। ୨୩ ତାରିଖ ସକାଳ ୮ ଟାରେ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହେବା ପରେ ସକାଳ ୮ଟା ୩୦ରୁ ଇଭିଏମରେ ହୋଇଥିବା ଭୋଟର ଗଣତି ଆରମ୍ଭ ହେବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସବୁ ଭୋଟ ଗଣତି କେନ୍ଦ୍ରରେ ଏସି ଲଗାଯିବ ବୋଲି ବୋଲି ମଙ୍ଗଳବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଭୋଟ ଗଣତି ନେଇ ମଙ୍ଗଳବାର ଛତ୍ରପୁରସ୍ଥିତ ଡିଆରଡିଏ ସମ୍ମିଳନୀ ଗୃହରେ ମାଷ୍ଟର ଟ୍ରେନର ଓ ରିଟର୍ଣ୍ଣିଂ ଅଫିସରମାନଙ୍କୁ ତାଲିମ ଦିଆଯାଇଥିଲା। ସନ୍ଧ୍ୟା ୫ଟା ସୁଦ୍ଧା ଭୋଟ ଗଣତି ପ୍ରକ୍ରିୟା ଶେଷ କରିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ ା ବୁଧବାରଠାରୁ ୪ ଦିନ ପର୍ଯ୍ୟନ୍ତ ଭୋଟ ଗଣତି ସମ୍ବନ୍ଧୀୟ ତାଲିମ ଆରମ୍ଭ ହେବ। ଗଣତି ପାଇଁ ୯୦୦ ଷ୍ଟାଫ୍‌କୁ ନିଯୁକ୍ତି ଦିଆଯାଇଛି ା ପ୍ରତି ନିର୍ବାଚନମଣ୍ଡଳୀ ପାଇଁ ଜଣେ ଲେଖାଏ କାଉଣ୍ଟିଙ୍ଗ ସୁପରଭାଇଜର, କାଉଣ୍ଟିଙ୍ଗ ଆସିଷ୍ଟାଣ୍ଟ, ଜଣେ ମାଇକ୍ରୋ ଅବଜର୍ଭର ଏବଂ ଷ୍ଟଙ୍ଗରୁମ୍‌ରୁ ଇଭିଏମ୍‌କୁ ଭୋଟ ଗଣତି କେନ୍ଦ୍ରକୁ ନେବା ଆଣିବା ପାଇଁ କର୍ମଚାରୀ ରହିବେ ା ଇଭିଏମ୍‌ ନେବା ଆଣିବା ପାଇଁ ପଞ୍ଚାୟତିରାଜ ଓ ବିଭିନ୍ନ ଏନଏସି, ମ୍ୟୁନିସିପାଲିଟିର କର୍ମଚାରୀ ବଦଳରେ  ଅନ୍ୟ ସରକାରୀ କାର୍ଯ୍ୟାଳୟର ଗ୍ରୁପ୍‌ ଡି କର୍ମଚାରୀ ନିୟୋଜିତ

ହେବେ ା ପ୍ରତି ଆସନର ଭୋଟ ଗଣତି ପାଇଁ ୭ଟି ଲେଖାଏ ଟେବୁଲ୍‌ ରହିବ। ପ୍ରାର୍ଥୀଙ୍କ ଏଜେଣ୍ଟଙ୍କ ଉପସ୍ଥିତିରେ ବାଲଟ ୟୁନିଟ୍‌ ସିଲ୍‌ ଖୋଲାଯିବ ା ରିଟନିଂ ଅଫିସରଙ୍କ ନିର୍ଦ୍ଦେଶରେ କାମ କରିବାକୁ କୁହାଯାଇଛି ା ଭୋଟ  ଗଣତି କେନ୍ଦ୍ର ମଧ୍ୟକୁ ମୋବାଇଲ ଫୋନ୍‌ ନେବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ା ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭୋଟ ଗଣତି ଦିନ ଭୋର ୩ ଟା ସୁଦ୍ଧା ଗଣତିରେ ନିୟୋଜିତ କର୍ମଚାରୀମାନେ ପହଞ୍ଚିବୋ ଦୂରରେ ରହୁଥିବା କର୍ମଚାରୀ ଓ ଅଧିକାରୀ  ଗଣତି ପୂର୍ବଦିନ ତଥା ୨୨ ତାରିଖରେ ଗଣତି କେନ୍ଦ୍ରରେ ରିପୋର୍ଟ କରିବାକୁ ଜିଲାପାଳ କହିଛନ୍ତି। ଦଳୀୟ ପ୍ରାର୍ଥୀ ଓ ପ୍ରତିନିଧିମାନଙ୍କୁ ନେଇ ବୁଧବାର ଛତ୍ରପୁରସ୍ଥ୍‌ିତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଭୋଟ ଗଣତି ସମ୍ପର୍କରେ ବୈଠକ କରି ସୂଚନା ଦିଆଯିବ ା ଗଣତି ବେଳେ କୌଣସି ଆପତ୍ତିି ଅଭିଯୋଗ ଥିଲେ ଲିଖିତ ଭାବେ ରିଟନିଂ ଅଫିସରଙ୍କୁ ଜଣାଇବାକୁ କୁହାଯାଇଛି ା ବୈଠକରେ ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଉପଜିଲାପାଳ ଦିଗନ୍ତ ରାଉତରାୟ, ଡେପୁଟି ସବକଲେକ୍ଟର ସଚ୍ଚିଦାନନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri