ବ୍ରହ୍ମପୁର ଅଫିସ,୯ା୬-ଓଡ଼ିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର) ଅନ୍ୟତମ। ଓଡିଶା ତଥା ରାଜ୍ୟ ବାହାରୁ ବହୁ ଛାତ୍ରୀଛାତ୍ର ଏହି ବିଶ୍ୱବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିଥାନ୍ତି। ଏଥି ସହ ଉଚ୍ଚତର ଗବେଷଣା କରି ଏଠାକାର ଛାତ୍ରୀଛାତ୍ରମାନେ ଦେଶ ବିଦେଶରେ ସୁନାମ ଅର୍ଜନ କରିଛନ୍ତି। କିନ୍ତୁ ଏବେ ସାମ୍ବାଦିକ ଗଣଯୋଗାଯୋଗ(ଏମ୍ଜେଏମ୍ସି) ଓ ଆଇନ ବିଭାଗରେ ଅଧ୍ୟାପକ ନାହାନ୍ତି । ଏମ୍ଜେଏମ୍ସି ବିଭାଗ ପାଇଁ ବିଶ୍ୱବିଦ୍ୟାଳୟ ପରିଚୟ ହାସଲ କରିଥିବା ବେଳେ ଏବେ ନା ଅଛନ୍ତି ସ୍ଥାୟୀ ଅଧ୍ୟାପକ ନା ଅତିଥି ଅଧ୍ୟାପକ। ୨ ଜଣ ଅତିଥି ଅଧ୍ୟାପକଙ୍କୁ ନେଇ ବିଭାଗ ଚାଲୁଥିଲା। କିନ୍ତୁ ଅତିଥି ଅଧ୍ୟାପକ ମାନଙ୍କର ଚୁକ୍ତି ଗତ ଏପ୍ରିଲରେ ସରିଯାଇଥିବା ବେଳେ ଏବେ ବିନା ଅଧ୍ୟାପକରେ ଚାଲିଛି ବିଭାଗ। କିଛି ଦିନ ତଳେ ଇତିହାସ ବିଭାଗର ଜଣେ ଅଧ୍ୟାପକଙ୍କୁ କୋର୍ଡ଼ିନେଟର ଭାବେ ନିଯୁକ୍ତି ଦେଇଛି ବିଶ୍ୱବିଦ୍ୟାଳୟ ପ୍ରଶାସନ। ଅନ୍ୟପଟେ ଆଇନ ବିଭାଗରୁ କିଛି ଦିନ ତଳେ ମୁଖ୍ୟ ପ୍ରଫେସର ଭାଗୀରଥି ପାଣିଗ୍ରାହୀ ଅବସର ନେବା ପରେ ଜଣେ ଅଧ୍ୟାପକଙ୍କୁ ନେଇ ଚାଲିଛି ଏହି ବିଭାଗ। ଗବେଷଣା କରୁଥିବା ପିଲାମାନେ ଅନେକ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ଏହି ବିଷୟରେ ଛାତ୍ରମାନେ ଗତ ଗୁରୁବାର କୁଳସଚିବଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଆମେ ଏହି ବିଷୟରେ ବିଶ୍ୱବିଦ୍ୟାଳୟର ମିଡ଼ିଆ ସେଲ୍ ଅଧ୍ୟକ୍ଷ ବଳଭଦ୍ର ତ୍ରିପାଠୀଙ୍କୁ ପଚାରିବାରୁ ଏବେ ନିଯୁକ୍ତି ପ୍ରକ୍ରିୟା ଚାଲୁରହିଛି। ବହୁ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ ବୋଲି ସେ କହିଛନ୍ତି।
ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍ପେଣ୍ଡ୍
କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ
ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…
ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ…
କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତରେ ପୋଲିସ, ବନ…
ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ
ସୋର,୧୯।୨(ଜନ୍ମେଞ୍ଜୟ ମିଶ୍ର): ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ…
ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ…
ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା
ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର…
ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର
ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…
୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ
ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍ ୫୩୭…
Archives

