ବ୍ରହ୍ମପୁର-ସମ୍ବଲପୁର ରେଳଲାଇନ ଦାବି ପ୍ରସଙ୍ଗ : ଏମ୍‌ପିଙ୍କୁ ଭେଟିଲେ ୩ ବାର୍‌ ଆସୋସିଏଶନ କର୍ମକର୍ତ୍ତା

ଭଞ୍ଜନଗର,୧୮।୮(ଡି.ଏନ.ଏ)-ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳଲାଇନ ପାଇଁ ଭଞ୍ଜନଗର ବାର୍‌ ଆସୋସିଏଶନ ବିଭିନ୍ନସ୍ତରରେ ଦାବି ଉଠାଉଛି। ବାର୍‌ ଆସୋସିଏଶନ କର୍ମକର୍ତ୍ତା କିଛିଦିନ ପୂର୍ବେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଓ କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତଙ୍କୁ ଭେଟି ଉପରୋକ୍ତ ଦାବିକୁ ଦିଲ୍ଲୀ ଦରବାରରେ ଉଠାଇ ରେଳଲାଇନ କିଭଳି ହୋଇପାରିବ ସେଥିପ୍ରତି ଦୃଷ୍ଟି ଦେବାକୁ ନିବେଦନ କରିଛନ୍ତି । ଶନିବାର ଭଞ୍ଜନଗର, ଆସିକା ଓ କବିସୂର୍ଯ୍ୟନଗର ବାର୍‌ ଆସୋସିଏଶନ କର୍ମକର୍ତ୍ତାମାନେ ଏକାଠି ହୋଇ ଆସିକା ଏମ୍‌ପି ପ୍ରମିଳା ବିଷୋୟୀଙ୍କୁ କବିସୂର୍ଯ୍ୟନଗର ଡାକବଙ୍ଗଳାରେ ଭେଟି ଏହି ଦାବି ଉପରେ ଆଲୋଚନା କରିଥିଲେ। ଏମ୍‌ପି କହିଥିଲେ, ଗଞ୍ଜାମ ଜିଲାରେ କିଭଳି ରେଳ ଲାଇନ ବିକାଶ ହୋଇପାରିବ ସେ ନେଇ ଗତ ଲୋକ ସଭା ଅଧିବେଶନରେ ପ୍ରସଙ୍ଗ ଉଠାଇଥିଲି। ଆଗାମୀ ଦିନରେ ପୁଣି ଏହି ପ୍ରସଙ୍ଗ ଲୋକ ସଭାରେ ଉଠାଇବି । ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଜଣାଇବି ବୋଲି କହିଛନ୍ତି। ଆଗାମୀ କେନ୍ଦ୍ର ବଜେଟରେ ଉକ୍ତ ପ୍ରକଳ୍ପ ପାଇଁ କିଭଳି ଅର୍ଥ ବ୍ୟୟବରାଦ ହୋଇପାରିବ ସେଥିପ୍ରତି ଦୃଷ୍ଟି ଦେବେ ବୋଲି ଏମ୍‌ପି ଆଇନଜୀବୀମାନଙ୍କୁ ଆଶ୍ୱାସନା ଦେଇଛନ୍ତି। ଏମପିଙ୍କୁ ଭେଟିବା ସମୟରେ ପୂର୍ବତନ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷ ସୁରଥ ପ୍ରଧାନ, ଆସିକା ବାର ଆସୋସିଏଶନର ସଭାପତି ସରୋଜ କୁମାର ତ୍ରିପାଠୀ, ସମ୍ପାଦକ ଛବିଳରାମ ମିଶ୍ର, ସନ୍ତୋଷ କୁମାର ପାଣିଗ୍ରାହୀ, ସରୋଜ କୁମାର ନାୟକ, କବିସୂର୍ଯ୍ୟନଗର ବାର ଆସୋସିଏଶନର ବି.ଶଙ୍କର ପାତ୍ର, ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଭ୍ୟ ବିନୟ କୁମାର ରଥ, ସଭାପତି ଅଭିମନ୍ୟୁ ଗୌଡ଼,ସମ୍ପାଦକ ଅଶୋକ ଜେନା, ଏମ୍‌ ତାଜ୍‌ ଆଦେନୀ,ସନ୍ତୋଷ ନାୟକ,ମନୋଜ ପଟ୍ଟନାୟକ, ଡ଼.ସୁଶାନ୍ତ ତ୍ରିପାଠୀ, ରବୀନ୍ଦ୍ର ନାଥ ଦାସ, ବିଷ୍ଣୁପ୍ରସାଦ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri