ବ୍ରହ୍ମପୁର ଅଫିସ,୧୯ା୨- ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୫ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଜିଲା ଚାଇଲ୍ଡ ପ୍ରୋଟେକ୍ସନ ଅଫିସର, ଚାଇଲ୍ଡ ଲାଇନ୍, ସିଡବ୍ଲ୍ୟୁସି ସଦସ୍ୟ, ବିଏନ୍ପୁର ପୋଲିସ, ଶ୍ରମ କାର୍ଯ୍ୟାଳୟ ଅଧିକାରୀଙ୍କ ଦ୍ୱାରା ମିଳିତ ଭାବେ ଗଠିତ ୫ ଜଣିଆ ଟିମ୍ ବ୍ରହ୍ମପୁର ସହରର ବିଭିନ୍ନ ଅଞ୍ଚଳରୁ ଏହି ଶ୍ରମିକଙ୍କୁ ଉଦ୍ଧାର କରିଛନ୍ତି ା
ସୂଚନା ମୁତାବକ, ବିଏନ୍ପୁର ଥାନା ଅଧୀନରେ ଥିବା ଇଞ୍ଜନିୟରିଂ ସ୍କୁଲ, ନୂଆବସ୍ଷ୍ଟାଣ୍ଡ, ସେଲଟ୍ୟାକ୍ସ ଛକ, ପଣ୍ଡାକଲୋନୀ ଅଞ୍ଚଳରେ ଦୀର୍ଘ ଦିନ ଧରି ହୋଟେଲ, ଫାଷ୍ଟଫୁଡ ସେଣ୍ଟରେ ଏହି ଶିଶୁମାନେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଥିଲା। ଉକ୍ତ ଅଭିଯୋଗକୁ ଭିତ୍ତିକରି ଟିମ୍ ମଙ୍ଗଳବାର ପୂର୍ବାହ୍ନରେ ଶିଶୁମାନେ କାର୍ଯ୍ୟ କରୁଥିବା ହୋଟେଲ, ଫାଷ୍ଟଫୁଡ ସେଣ୍ଟର ଉପରେ ଚଢାଉ କରି ୫ ଶିଶୁଙ୍କୁ ଉଦ୍ଧାର କରିଥିଲେ ା ତେବେ ଉଦ୍ଧାର କରାଯାଇଥିବା ଶିଶୁମାନଙ୍କୁ ସିଡବ୍ଲ୍ୟୁସି ଚାଇଲ୍ଡ ୱେଲଫେୟାର କମିଟି ତତ୍ତ୍ୱାବଧାନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ କେତେଜଣ ୧୪ ବର୍ଷରୁ କମ ଥିବା ଅନୁମାନ କରାଯାଉଥିବା ବ୍ରହ୍ମପୁର ଶ୍ରମ ଅଧିକାରୀ ବାବୁ ଚରଣ ପାତ୍ର ସୂଚନା ଦେଇଛନ୍ତି ା କାଉନ୍ସେଲିଂ ପରେ ଉକ୍ତ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପାତ୍ର କହିଛନ୍ତି ା
Posted inଆମ ଜିଲା ଖବର, ଗଞ୍ଜାମ View All
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…
ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ
ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

