ବ୍ରହ୍ମପୁରରୁ ବସ୍‌ ଯୋଗେ ପଶ୍ଚିମବଙ୍ଗ ଗଲେ ୩୮ ଶ୍ରମିକ

ବ୍ରହ୍ମପୁର ଅଫିସ,୮ା୫- ଲକ୍‌ଡାଉନ୍‌ ପରେ ବ୍ରହ୍ମପୁରର ବିଭିନ୍ନ ସ୍ଥାନରେ ରହିଯାଇଥିବା ୩୮ ଜଣ ଶ୍ରମିକଙ୍କୁ ଶୁକ୍ରବାର ରାତିରେ ଏକ ବସ୍‌ ଯୋଗେ ପଶ୍ଚିମବଙ୍ଗ ପଠାଯାଇଛି। ବିଏମ୍‌ସି ଓ ପୋଲିସ ପ୍ରଶାସନର ସହଯୋଗରେ ଏକ ବସ୍‌ ଏମାନଙ୍କୁ ନେଇ ପଶ୍ଚିମବଙ୍ଗ ମାଲଦା ଅଭିମୁଖେ ବାହାରିଥିଲା। ବିଏମ୍‌ସିର ଏନ୍‌ୟୁଏଲ୍‌ଏମ୍‌ର ମ୍ୟାନେଜର ନାସିର ଅଲ୍ଲୀ, ରାଜୀବ ମିଶ୍ର, ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁପ୍ରସଦ ପତି ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।
ସୂଚନା ପ୍ରକାରେ, ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନରେ କେରଳରୁ ଆସି ୨୮ ଜଣ ଶ୍ରମିକ ବ୍ରହ୍ମପୁରରେ ଅଟକି ରହିଥିଲେ। ସେମାନଙ୍କ ମଧ୍ୟରେ ୨ ଜଣ ବିହାରର ଥିବା ବେଳେ ଅନ୍ୟ ୨୬ ଜଣ ପଶ୍ଚିମବଙ୍ଗ ମାଲଦା ଅଞ୍ଚଳର। ସେମାନଙ୍କୁ ବିଏମସିର ଆଶ୍ରୟ କେନ୍ଦ୍ରରେ କ୍ୱାରାଣ୍ଟାଇନରେ ରଖାଯାଇ ଖାଇବା ପିଇବା ବ୍ୟବସ୍ଥା କରାଯାଇଥିଲା। କ୍ୱାରାଣ୍ଟାଇନ ଅବଧି ସରିଥିବାବେଳେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରାଯାଇ ପ୍ରାୟ ଦେଢମାସ ପରେ ବସ୍‌ ଯୋଗେ ଘର ଅଭିମୁଖେ ପଠାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଅଟକିଥିବା ଅନ୍ୟ ୧୦ ଜଣଙ୍କୁ ମଧ୍ୟ ଉକ୍ତ ବସ୍‌ ଯୋଗେ ପଠାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri