ବ୍ରହ୍ମପୁରରେ ଆଂଶିକ ଶଟ୍‌ଡାଉନ୍‌

ବ୍ରହ୍ମପୁର ଅଫିସ,୫ା୪-ରାଜ୍ୟରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସମଗ୍ର ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଅର୍ଥାତ୍‌ ୧୯ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ରବିବାର ଏହାର ପ୍ରଭାବରେ ସହର ସମ୍ପୂର୍ଣ୍ଣ ଜନଶୂନ୍ୟ ହୋଇଥିବା ଦେଖିବାକୁ ମିଳିଥିଲା। ସହରରେ ଲକ୍‌ଡାଉନ୍‌ ଜାରି କରାଯିବା ସତ୍ତ୍ୱେ ଅନେକ ସମୟରେ ଲୋକ ବିଭିନ୍ନ ଆଳରେ ପ୍ରଶାସନର ନିୟମକୁ ଅବମାନନା କରୁଥିବା ଦେଖିବାକୁ ମିଳିଥିଲା। ଏହାକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ରବିବାରରୁ କଡା ପଦକ୍ଷେପ ଗ୍ରହଣ କରାଯିବା ନେଇ ଘୋଷଣା କରାଯାଇଥିଲା। ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ସହରରେ ଚଳପ୍ରଚଳ ଉପରେ ସମ୍ପୂର୍ଣ୍ଣ ରୋକ ଲାଗାଯିବା ସହ ଯାନ ଚଳାଚଳ ଉପରେ ମଧ୍ୟ କଟକଣା ଲଗାଯାଇଥିଲା। ଏହାକୁ ଖିଲାପକାରୀଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସଚେତନ କରାଯାଇଥିଲା। ସହରରେ ବାଇକ୍‌ ଚଳାଇଲେ ଚାଳକଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାରରୁ ସଚେତନ କରିଥିଲେ। ଏହିକ୍ରମରେ ରବିବାର ସକାଳୁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଥିଲା। ସହରର ବିିିଭିନ୍ନ ପ୍ରମୁଖ ଛକ ସମେତ ଗେଟବଜାର, ନୂଆବସ୍‌ଷ୍ଟାଣ୍ଡରୋଡ, ଅର୍ଣ୍ଣପୂର୍ଣ୍ଣାମାର୍କେଟ, ଏସ୍‌ଏନ୍‌ଟି ରୋଡ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ରାସ୍ତାରେ ପ୍ରଶାସନ ପକ୍ଷରୁ ନାକାବନ୍ଦି କରାଯାଇଥିଲା। ପୋଲିସ ପକ୍ଷରୁ ଯାଞ୍ଚ କଡକଡି କରିବା ସହ ନିୟମ ଖିଲାପକାରୀଙ୍କ ବାଇକ୍‌ ଜବତ କରାଯାଇଥିଲା। ଦିନକ ମଧ୍ୟରେ ସହରର ବିଭିନ୍ନ ଥାନା ଅଧୀନସ୍ଥ ଅଞ୍ଚଳରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ବାଇକ୍‌ ଜବତ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ପ୍ରଶାସନର କଡା ପଦକ୍ଷେପ ଯୋଗୁ ରବିବାର ମଧ୍ୟାହ୍ନ ୧୨ଟାରୁ ସହରର ରାସ୍ତା ଶୂନ୍‌ଶାନ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri