ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା

ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର ଏସ୍‌ପିଙ୍କୁ ନେଇ ବୈଠକ କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା ସହିତ ମାଓବାଦୀ ଗତିବିଧି, ଅପରାଧ ସ୍ଥିତି ଓ ମୋ’ ସରକାର କାର୍ଯ୍ୟକ୍ରମ ଅନ୍ତର୍ଗତ ୫ଟିର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ। ସେହିପରି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ମାଓବାଦୀ ମୁକାବିଲା, ଗୋଇନ୍ଦା ସଂସ୍ଥା କାର୍ଯ୍ୟକାରିତାକୁ ନେଇ ଡିଜିପି ଅଭୟ ଆଲୋଚନା କରିଥିଲେ। ଅନ୍ୟପଟେ ବିଭିନ୍ନ ଥାନାରେ ରୁଜୁ ହୋଇଥିବା ମାମଲାଗୁଡିକର ଠିକ୍‌ ତଦନ୍ତ କରିବା ସହିତ ଦଣ୍ଡବିଧାନ କିପରି ବୃଦ୍ଧି କରାଯିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ବିଶେଷକରି କନ୍ଧମାଳ ଓ ଗଜପତି ଜିଲାରେ ମାଓବାଦୀ ଗତିବିଧି ନିୟନ୍ତ୍ରଣ ଉପରେ ମଧ୍ୟ ସମୀକ୍ଷା କରାଯାଇଥିଲା। ଏଥିରେ ଏଡିଜେ (ଗୋଇନ୍ଦା) ରାଧାକୃଷ୍ଣ ଶର୍ମା, ଡ଼ିଆଇଜି ସ୍ପେସାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ) ଜୟନାରାୟଣ ପଙ୍କଜ, ଡିଆଇଜି ସ୍ପେସାଲ ଇଣ୍ଟିଲିଜେନ୍ସି(ଏସ୍‌ଆଇଡବ୍ଲ୍ୟୁ) ଅନିରୁଦ୍ଧ ସିଂ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ, ଗଜପତି ଏସ୍‌ପି ସାରା ଶର୍ମା, ବୌଦ୍ଧ ଏସ୍‌ପି ଭି.ରଘୁନାଥ ରାଓ ଓ ଏଏସ୍‌ପି ପ୍ରୋବେଶନ ଅଭିଳାଷ ଜି. ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri