ବ୍ରହ୍ମପୁରରେ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ: କ୍ୟାନସରର ଏକ ତୃତୀୟାଂଶ ଧୂମପାନ ଲାଗି ହୁଏ

ବ୍ରହ୍ମପୁର ଅଫିସ୍‌,୩୧।୫: ଗଞ୍ଜାମ ଜିଲା ଖଲ୍ଲିକୋଟ କଲେଜ ଷ୍ଟାଡିୟମଠାରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ଶୋଭାଯାତ୍ରା ଖଲ୍ଲିିକୋଟ କଲେଜ ଷ୍ଟାଡିୟମ୍‌ଠାରୁ ବାହାରି ସହର ପରିକ୍ରମା କରିଥିଲା। ତମାଖୁ ସେବନର ଭୟାବହତା ଏବଂ ମାନବ ଶରୀର ଉପରେ ଏହାର କୁପ୍ରଭାବ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା। ପ୍ରଫେସର ଡା. ନାରାୟଣ ମିଶ୍ରଙ୍କ ତତ୍ୱାବଧାନରେ ରୋଟାରୀ କ୍ଲବ ବ୍ରହ୍ମପୁର ସେଣ୍ଟ୍ରାଲ୍‌ ସମେତ ଇଣ୍ଡିଆନ୍‌ ମେଡିକାଲ୍‌ ଆସୋସିଏଶନ, ନ୍ୟାଶନାଲ୍‌ କଲେଜ ଅଫ୍‌ ଚେଷ୍ଟ ଫିଜିସିଆନ୍‌ ଭଳି ସଂଗଠନ ଏଥିରେ ଭାଗନେଇଥିଲେ । ସମସ୍ତ କ୍ୟାନସରର ଏକ ତୃତୀୟାଂଶ ଧୂମପାନ ଲାଗି ହୁଏ ବୋଲି ଡା. ମିଶ୍ର କହିଛନ୍ତି। ଏଥିରେ ଆଶା ମିଶ୍ର, ଶ୍ରୀନିବାସ ରାଓ, ଇଣ୍ଡିଆନ୍‌ ମେଡ଼ିକାଲ୍‌ ଆସୋସିଏଶନର ସମ୍ପାଦକ କମଳାକାନ୍ତ ପାଣିଗ୍ରାହୀ, ଡା. ପ୍ରବୀଣ ରଥ, ଡା. ଭାରତୀ ମିଶ୍ର, ଡା. ବି. ନାଗେଶ୍ୱର ରାଓ ସୁବୁଦ୍ଧିଙ୍କ ସମେତ ସହରର ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri