ବ୍ରହ୍ମପୁରରେ ଶଟ୍‌ଡାଉନ୍‌ର ପ୍ରଭାବ: ତେଜରାତି ଦୋକାନ ସହ ପନିପରିବା ଦୋକାନ ବି ବନ୍ଦ, ଶୂନ୍‌ଶାନ ସହର ରାସ୍ତା

ବ୍ରହ୍ମପୁର ଅଫିସ,୬ା୬: କରୋନା ମୁକାବିଲା ପାଇଁ ସରକାର ଜୁନ୍‌ ୩୦ ପର୍ଯ୍ୟନ୍ତ ୧୧ଟି ଜିଲାରେ ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ତନ୍ମଧ୍ୟରେ ଗଞ୍ଜାମ ଜିଲା ରହିିଥିବା ବେଳେ ଶନିବାର ପ୍ରଥମ ଶଟ୍‌ଡାଉନ୍‌ର ପ୍ରଭାବ ଗଞ୍ଜାମ ଜିଲାର ବ୍ରହ୍ମପୁର ସହରରେ ଦେଖିବାକୁ ମିଳିଛି। ଏହାର ପ୍ରଭାବରେ ଶନିବାର ସକାଳୁ ସହରର ସମସ୍ତ ମାର୍କେଟ, ଦୋକାନ, ବଜାର ବନ୍ଦ ରହିଥିଲା। ଏପରିକି ପରିବା ମାର୍କେଟ, ତେଜରାତି ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ସହରର ସବୁଠାରୁ ଜନଗହଳି ପୂର୍ଣ୍ଣ ମାର୍କେଟ ଅଞ୍ଚଳ ବଡ଼ବଜାର, ସାନ ବଜାର, ହନୁମାନ ବଜାର, ଗିରିମାର୍କେଟ, ଗିରିଜାଛକ, ଅନ୍ନପୂର୍ଣ୍ଣା ମାର୍କେଟ ସମେତ ସମସ୍ତ ମାର୍କେଟ ଅଞ୍ଚଳ ଶୂନ୍‌ଶାନ୍‌ ରହିଥିଲା। ଅନ୍ୟପକ୍ଷରେ ଶଟ୍‌ଡାଉନ୍‌କୁ ସଫଳ କରିବା ନେଇ ପ୍ରଶାସନ ପକ୍ଷରୁ ମଧ୍ୟ ବିଭିନ୍ନ ଛକରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା। ଗେଟ୍‌ବଜାର, ଫାଷ୍ଟଗେଟ୍‌, ଅନ୍ଧପସରା ରୋଡ୍‌ ସମେତ ବିଭିନ୍ନ ଛକରେ ପୋଲିସ ଓ ପ୍ରଶାସନ ପକ୍ଷରୁ ଯାଞ୍ଚକୁ କଡ଼ାକଡ଼ି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri