ବ୍ରହ୍ମୋସ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ମଙ୍ଗଳବାର ପୂର୍ବାହ୍ନ ୧୦ଟା ୩୦ମିନିଟ ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ବ୍ରହ୍ମୋସ୍‌ର ବ୍ୟବହାରିକ ପରୀକ୍ଷଣ କରାଯାଇଥିଲା। ଏହି ପରୀକ୍ଷଣ ସଫଳ ହୋଇଥିବା ଆଇଟିଆର ପକ୍ଷରୁ ସୂଚନା ଦିଆଯାଇଛି। ଭାରତ ଓ ରୁଷିଆର ମିଳିତ ସହଯୋଗକ୍ରମେ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି କ୍ଷେପଣାସ୍ତ୍ର ଜଳ, ସ୍ଥଳ ଓ ଆକାଶମାର୍ଗରେ ଶତ୍ରୁପକ୍ଷର କ୍ଷେପଣାସ୍ତ୍ର ସମେତ ଜାହାଜ ଓ ରକେଟ୍‌କୁ ଧ୍ୱଂସ କରିବା କ୍ଷମତା ରଖିଛି। ଏହାକୁ କ୍ଷେପଣାସ୍ତ୍ର ବିଧ୍ୱଂସୀ କ୍ଷେପଣାସ୍ତ୍ର(ଆଣ୍ଟି ବାଲାଷ୍ଟିକ ମିଶାଇଲ) କୁହାଯାଇଥାଏ। ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ ପରେ ପ୍ରତିରକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶେଷଜ୍ଞ ଓ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇ ଏହା ଭାରତର ପ୍ରତିରକ୍ଷା ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବ ବୋଲି କୁହାଯାଇଛି।

ବ୍ରହ୍ମୋସ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ପ୍ରାୟ ୪୫୦ କି.ମି.। ଏହା ଅଢେଇ ହଜାରରୁ ୩ହଜାର କେଜି ପର୍ଯ୍ୟନ୍ତ ଉଭୟ ଅଣୁ ଓ ପରମାଣୁ ଯୁଦ୍ଧାସ୍ତ୍ର ପରିବହନ କରିବା କ୍ଷମତା ରଖିଛି। ଏହାର ଲମ୍ବ ୮.୪ ମିଟର ଏବଂ ଓସାର .୬ ମିଟର। ଗତ ୨୦୦୬ ନଭେମ୍ବର ୨୨ ତାରିଖରେ ଏହାର ପ୍ରଥମ ସଫଳ ପରୀକ୍ଷଣ ହୋଇଥିଲା। ପରେ ଏହାକୁ ଭାରତୀୟ ସେନାବାହିନୀରେ ସାମିଲ୍‌ କରାଯାଇଥିଲା। ଗତ ୨୦୧୮ ମେ’ ୨୧ ତାରିଖରେ ଏହାର ପ୍ରଥମ ବ୍ୟବହାରିକ ପରୀକ୍ଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri