ବ୍ରାଉନସୁଗାର, କଫ୍‌ ସିରପ ବିକିବା ପଡ଼ିଲା ମହଙ୍ଗା

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ରେଙ୍ଗାଲି ପୋଲିସ ଏବଂ ଅବକାରୀ ବିଭାଗ ପୃଥକ୍‌ ସ୍ଥାନରେ ଚଢ଼ାଉ କରି ବ୍ରାଉନସୁଗାର, କଫ୍‌ ସିରପ ଜବତ କରିବା ସହ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି।

ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଓ ଅବକାରୀ ଟିମ୍‌ ରେଙ୍ଗାଲି ରେଳ ଷ୍ଟେଶନରୁ ୬୦ ଗ୍ରାମ ବ୍ରାଉନସୁଗାର ଜବତ କରିଥିଲେ। ଏଥିରେ ସମ୍ପୃକ୍ତ ଧନୁପାଲି ଥାନା ସୁନାପାଲିର କିରଣ ଓରାମ ଓ ଅଜିତ ଲାକ୍ରାଙ୍କୁ ଗିରଫ କରାଯାଇଛି। ସେହିପରି ରେଙ୍ଗାଲି ପୁରୁଣାବସ୍ତି ଅଞ୍ଚଳରୁ ୧୮ ଷ୍ଟ୍ରିପ ନିଶା ବଟିକା ଜବତ କରି ପୁରୁଣାବସ୍ତିର ସ୍ନେହବର୍ଦ୍ଧନ ମହାନନ୍ଦଙ୍କୁ ଗିରଫ କରାଯାଇଛି। ତାଙ୍କଠାରୁ ନଗଦ ୧୮୦୦ ଟଙ୍କା ଜବତ କରାଯାଇଛି।

ଅନ୍ୟ ଏକ ଘଟଣାରେ ପୋଲିସ ଓ ଅବକାରୀ କର୍ମଚାରୀ ରେଙ୍ଗାଲି ମାଉଲିନଗରରେ ଚଢ଼ାଉ କରି ୩୩୯ ବୋତଲ କଫ୍‌ ସିରପ ଜବତ କରିଛନ୍ତି। ଏହାସହ ବିଶାଲ ମହାପାତ୍ର ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଏ ନେଇ ରେଙ୍ଗାଲି ଥାନାରେ ପୃଥକ୍‌ ମାମଲା ରୁଜୁ କରି ପୋଲିସ ବୁଧବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri