ବ୍ରାଉନ୍‌ସୁଗାର ଜବତ, ୨ ଗିରଫ

ସିମୁଳିଆ, ୬।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲାରୁ ଖୋର୍ଦ୍ଧା ଜିଲାର ଜଟଣୀ ଅଞ୍ଚଳକୁ ଚୋରାଚାଲାଣ ବେଳେ ସିମୁଳିଆ ଥାନା ପୋଲିସ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରି ୨ଜଣ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କୁ ରବିବାର କୋର୍ଟଚାଲାଣ କରାଯାଇଛି। ଶନିବାର ବିଳମ୍ବିତ ରାତିରେ ୧୬ ନଂ. ଜାତୀୟ ରାଜପଥରେ ପୋଲିସ ଗାଡ଼ି ଯାଞ୍ଚ କରୁଥିବା ବେଳେ ସେମାନେ ପୋଲିସକୁ ଦେଖି ଦ୍ରୁତଗତିରେ ମୋଟରସାଇକେଲରେ ପଳାଇବାକୁ ଉଦ୍ୟମ କରିଥିଲେ। ପୋଲିସ ସେମାନଙ୍କୁ ଧରି ଯାଞ୍ଚ କରିବାରୁ ବ୍ରାଉନ୍‌ସୁଗାର ମିଳିଥିଲା। ଏହି ଯୁବକ ଦ୍ୱୟ ହେଲେ ଖୋର୍ଦ୍ଧା ଥାନା ଜଟଣୀ ଅଞ୍ଚଳର ଆର୍ସିକ ଖାଁ (୨୬) ଓ ମହମ୍ମଦ ଥଇୟାଜ (୨୪)। ସେମାନଙ୍କୁ ଥାନାକୁ ଆଣି ପଚରାଉଚୁରା କରାଯିବାରୁ ସେମାନେ ଜଟଣୀ ଅଞ୍ଚଳକୁ ବ୍ରାଉନ୍‌ସୁଗାର ନେଇ ଯାଉଥିଲେ ବୋଲି କହିଥିଲେ। ଅଭିଯୁକ୍ତଦ୍ୱୟ ବ୍ୟବହାର କରିଥିବା ମୋଟରସାଇକେଲ (ନଂ. ଓଆର୍‌୧୩ଏଏଲ୍‌-୧୬୪୪)କୁ ପୋଲିସ ଜବତ କରିଛି। ଏଥିରେ ୩୮.୬୪ ମିଲିଗ୍ରାମ୍‌ ଓଜନର ବ୍ରାଉନସୁଗାର ନିଆଯାଉଥିଲା ବୋଲି ଥାନାଧିକାରୀ ସଞ୍ଜୟ ପରିଡ଼ା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri