ବ୍ରାଉନ୍‌ସୁଗାର ମାଫିଆ ରାଜାଙ୍କ ଘର ଉପରେ ଚଢ଼ାଉ: ଦୁଇଟି ଦାମୀ ଗାଡ଼ି, ୬୦ ହଜାର ଟଙ୍କା ଜବତ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୩।୯-ବ୍ରାଉନ୍‌ସୁଗାର ମାଫିଆ ସେକ୍‌ ରାଜାଙ୍କୁ ଏସ୍‌ଟିଏଫ୍‌ ୭ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରିବା ପରେ ବହୁ ତଥ୍ୟ ଏସ୍‌ଟିଏଫ ହାତରେ ଲାଗିଛି। ତାଙ୍କ ତଥ୍ୟକୁ ଆଧାର କରି ଶନିବାର ଏସ୍‌ଟିଏଫ୍‌ ସହଦେବଖୁଣ୍ଟା ମଡେଲ ଥାନା ବିଚାରଗଞ୍ଜ ଫାଣ୍ଡିର ହାବିଲଦାର ରଞ୍ଜନ ସାହୁଙ୍କୁ ଗିରଫ କରିଥିଲା। ରାଜାଙ୍କୁ ପଚରାଉଚରା ପରେ ସେ ବ୍ରାଉନସୁଗାର ସହ ଅନ୍ୟ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ଘରେ ଲୁଚାଇ ରଖିଥିବା ସ୍ବୀକାର କରିଥିଲେ। ଏହି ଆଧାରରେ ରବିବାର ଏସ୍‌ଟିଏଫ୍‌ର ଆଡିଶନାଲ ଏସ୍‌ପି ତେଜରାଜ ପଟେଲଙ୍କ ତତ୍ତ୍ୱାବଧାନରେ ୨ଟି ଟିମ୍‌ ସେକ୍‌ ରାଜାଙ୍କୁ ନେଇ ତାଙ୍କ ଅରଡ଼ବଜାରସ୍ଥିତ ମସଜିଦ୍‌ ଗଳିରେ ଥିବା ବାସଭବନ ଉପରେ ଚଢ଼ାଉ କରିଥିଲା। ଚଢାଉ ସମୟରେ ତାଙ୍କର ମା’ ଏବଂ ସ୍ତ୍ରୀ ଉପସ୍ଥିତ ଥିଲେ। ଏସ୍‌ଟିଏଫ୍‌ ରାଜାଙ୍କ କହିବା ଅନୁସାରେ ତାଙ୍କ ଘରର ଭିନ୍ନ ସ୍ଥାନରେ ଯାଞ୍ଚ କରିଥିଲେ। କୁହାଯାଉଛି ଯାଞ୍ଚ ସମୟରେ ଏସ୍‌ଟିଏଫ୍‌କୁ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ମିଳିଛି। ବ୍ରାଉନ ସୁଗାର ବ୍ୟବସାୟ ଟଙ୍କାରେ ରାଜା କିଣିଥିବା ଦୁଇଟି ଦାମୀ ଗାଡିକୁ ଜବତ କରାଯିବା ସହ ଘର ଭିତରେ ସେ ଲୁଚାଇ ରଖିଥିବା ନଗଦ ୬୦ ହଜାର ଟଙ୍କାକୁ ମଧ୍ୟ ଜବତ କରାଯାଇଛି। ଏସ୍‌ଟିଏଫ୍‌ ତାଙ୍କୁ ପଚରାଉଚରା କରିବା ସମୟରେ ତାଙ୍କୁ ଏହି ବ୍ରାଉନ ସୁଗାର ବ୍ୟବସାୟରେ ସହଯୋଗ କରୁଥିବା ୫ ଜଣ ପୋଲିସ ଅଫିସରଙ୍କ ବିଷୟରେ କହିଥିଲେ। ଏସ୍‌ଟିଏଫ୍‌ ସେ କହିଥିବା ୫ଜଣ ଅଫିସରଙ୍କର ଏଥିରେ ସମ୍ପୃକ୍ତି ଅଛି କି ନାହିଁ ସେନେଇ ମଧ୍ୟ ଏସ୍‌ଟିଏଫ୍‌ ତଦନ୍ତ ଆରମ୍ଭ କରିଦେଇଛି।
ସେହିପରି ଅନ୍ୟ ଏକ ଟିମ୍‌ ସନ୍ଧ୍ୟା ସମୟରେ ତଦନ୍ତ ପାଇଁ ଜଳେଶ୍ୱରରେ ପହଞ୍ଚିଥିଲେ। ସେଠାରେ କେଉଁମାନଙ୍କ ସହ ତାଙ୍କର ସମ୍ପର୍କ ରହିଛି ସେନେଇ ତଦନ୍ତ କରିବା ପାଇଁ ଶେଖବାଡ଼ ଓ ରାଜପୁର ବସ୍ତିରେ ଚଢ଼ାଉ କରିଛନ୍ତି। ଏ ସମ୍ପର୍କରେ ଆଡିଶନାଲ ଏସ୍‌ପି ପଟେଲ କହନ୍ତି, ଅଧିକରୁ ଅଧିକ ପ୍ରମାଣ ଏବଂ ତଥ୍ୟ ସଂଗ୍ରହ ଲାଗି ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri