Posted inଖେଳ

ବ୍ରାଥଓ୍ବେଟଙ୍କୁ ଆଇସିସିର ସବୁଜ ସଙ୍କେତ

ଦୁବାଇ, ୧।୧୦ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର କ୍ରେଗ୍‌ ବ୍ରାଥଓ୍ବେଟ୍‌ଙ୍କୁ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବୋଲିଂ କରିବା ପାଇଁ ସବୁଜ ସଙ୍କେତ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ମଙ୍ଗଳବାର ବ୍ରାର୍ଥଓ୍ବେଟ୍‌ଙ୍କ ବୋଲିଂ ଶୈଳୀ ତ୍ରୁଟିଶୂନ୍ୟ ଥିବା କହିଛି। କିଙ୍ଗ୍ସଷ୍ଟନରେ ଗତ ସେପ୍ଟେମ୍ବର ୨ରେ ଭାରତ ବିପକ୍ଷ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ଅବସରରେ ୨୬ ବର୍ଷୀୟ ଏହି ସାମୟିକ ଅଫ୍‌-ସ୍ପିନରଙ୍କ ବୋଲିଂ ଶୈଳୀରେ ତ୍ରୁଟି ଥିବାନେଇ ଆଇସିସି ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ବ୍ରାଥଓ୍ବେଟ୍‌ ଗତ ୧୪ରେ ବ୍ରିଟେନସ୍ଥିତ ଲାଉଗବର୍ଗରେ ତାଙ୍କ ବୋଲିଂ ଶୈଳୀର ପରୀକ୍ଷା କରିଥିଲେ। ଏହି ପରୀକ୍ଷାରେ ବ୍ରାଥ୍‌ଓ୍ବେଟ୍‌ ଆଇସିସିର ଧାର୍ଯ୍ୟ ମାପଦଣ୍ଡ ଅନୁଯାୟୀ ବୋଲିଂ କରିଥିବା ସ୍ପଷ୍ଟ ହୋଇଥିଲା। ସ୍ପିନର ବୋଲର ବୋଲିଂ ସମୟରେ ୧୫ ଡିଗ୍ରୀ ପର୍ଯ୍ୟନ୍ତ କହୁଣି ବଙ୍କା କରିପାରିବେ ବୋଲି ଆଇସିସି ମାନଦଣ୍ଡରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri