ବ୍ରାଥଓ୍ବେଟଙ୍କୁ ସାନ୍ତ୍ୱନା ଦେଲେ ନ୍ୟୁଜିଲାଣ୍ଡ ଖେଳାଳି

ମାଞ୍ଚେଷ୍ଟର,୨୩ା୬: ଓଲ୍ଡ ଟ୍ରାଫର୍ଡ ଷ୍ଟାଡିୟମ୍‌ରେ ନ୍ୟୁଜିଲାଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ କଡ଼ା ସଂଘର୍ଷପୂର୍ଣ୍ଣ ମୁକାବିଲା ହୋଇଥିଲା। କାର୍ଲୋସ ବ୍ରାଥଓ୍ବେଟଙ୍କ ବିସ୍ଫୋରକ ଶତକୀୟ ଇନିଂସ ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ୫ ରନ୍‌ରେ ମ୍ୟାଚ୍‌ ହାରିଯାଇଥିଲା। ବ୍ରାଥଓ୍ବେଟଙ୍କ ଇନିଂସ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନଙ୍କ ସମେତ ଦଳୀୟ ଖେଳାଳିଙ୍କୁ ଚିନ୍ତାରେ ପକାଇ ଦେଇଥିଲ। ୪୯ତମ ଓଭରରେ ଜିମ୍ମି ନିଶାମଙ୍କ ଅନ୍ତିମ ବଲରେ ବ୍ରାଥଓ୍ବେଟ ଟ୍ରେଣ୍ଟ ବୋଲ୍ଟଙ୍କ ହାତରେ ଧରାପଡ଼ିଥିଲା। ଆଉଟ୍‌ ହେବା ପରେ ସେ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ପ୍ରତିପକ୍ଷ ଦଳର ଅଧିନାୟକ ଓ୍ବିଲିୟମସନ, ରସ ଟେଲର, ଜିମ୍ମି ନିଶାମ ଓ କ୍ୟାଚ୍‌ ଧରିଥିବା ବୋଲ୍ଟ ଉଲ୍ଲସିତ ଶେଷ ହେବା ପରେ ବ୍ରାଥଓ୍ବେଟଙ୍କୁ ସାନ୍ତ୍ୱନା ଜଣାଇଥିଲେ। ମୁଁ ଫ୍ରାଞ୍ଚାଇଜ କ୍ରିକେଟରେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ସହ ଡ୍ରେସିଂ ରୁମ୍‌ ଶେୟାର କରିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି। ଦଳରେ ସାମିଲ ଥିବା କିଛି ଖେଳାଳି ମୋ ବନ୍ଧୁ। କିନ୍ତୁ ଏହା ମ୍ୟାଚ୍‌ରେ ମାନେ ରଖେ ନହିଁ। ବୋଲ୍ଟଙ୍କ କ୍ୟାଚ୍‌ ଆମକୁ ହରାଇ ଦେଲା। ହେଲେ ସେମାନଙ୍କ ଖେଳୁଆଡ଼ ମନଭାବ ଓ ପ୍ରତିପକ୍ଷ ଖେଳାଳିଙ୍କ ପ୍ରତି ଥିବା ତାଙ୍କ ସମ୍ମାନ ପ୍ରଶଂସନୀୟ ବୋଲି ମ୍ୟାଚ୍‌ ପରେ ବ୍ରାଥଓ୍ବେଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri