ବ୍ରାହ୍ମଣୀ ଛାତିରେ ମାଫିଆ ରାଜ

ପରଜଙ୍ଗ, ୧୨।୨(ଡି.ଏନ.ଏ.) – ବ୍ରାହ୍ମଣୀ ଛାତିରେ ରାଜ୍‌ କରୁଛନ୍ତି ବାଲି ମାଫିଆ। ଏଥିପାଇଁ ନଦୀରେ ବନ୍ଧାଯାଇଛି ବାଲିବନ୍ଧ। ବଦଳାଯାଇଛି ଜଳସ୍ରୋତର ଦିଗ। ଦିନତମାମ ନଜର ଆଢୁଆଳରେ ରହି ଯୋଜନା ପ୍ରସ୍ତୁତ କରୁଛନ୍ତି ସେମାନେ। ଅପରାହ୍ନ ହେବା ମାତ୍ରକେ ଆରମ୍ଭ କରୁଛନ୍ତି ବାଲି ଚାଲାଣ। ନଦୀଶଯ୍ୟାର ଦୃଶ୍ୟ ଦେଖିଲେ ଯେ କେହି ବି ଠଉରାଇପାରିବ ବାଲି ମାଫିଆଙ୍କ କାରସାଦି। ଏହାସତ୍ତ୍ୱେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି।
ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ସର୍କଲ ଅଧୀନ ଖଲପାଳ-କୁଲେଇ ଗ୍ରାମ ନିକଟ ବ୍ରାହ୍ମଣୀ ନଦୀ ଶଯ୍ୟାରେ ଏପରି ବେଆଇନ କାରବାର ଚାଲିଛି। ସୁବିଧାରେ ବାଲି ଚାଲାଣ କରିବାକୁ ୧୪୯ନଂ. ଜାତୀୟ ରାଜପଥର ପରମହଂସପୁର ଛକ ନିକଟରୁ ନଦୀଗର୍ଭକୁ ଏକ ମୋରମ୍‌ ରାସ୍ତା ନିର୍ମାଣ କରାଯାଇଛି। ପ୍ରଶାସନର ଆଖିରେ ଧୂଳି ଦେବାକୁ ଦିନସାରା ବାଲି ଉଠା ଯାଉନାହିଁ। ହେଲେ ଅପରାହ୍ନ ହେବା ମାତ୍ରକେ ମେଶିନ ସହାୟତାରେ ଟିପ୍ପର, ହାଇଓ୍ବାରେ ବାଲି ଲୋଡ୍‌ କରାଯାଉଛି। ଏପରି ବେଆଇନ ବାଲି ଚାଲାଣ କେବଳ କୁଆଲୋ ଆର୍‌ଆଇ ସର୍କଲ ମଧ୍ୟରେ ସୀମିତ ହୋଇ ରହିନାହିଁ। ସାଆନ୍ଦା ସର୍କଲର ପାଣିଗେଙ୍ଗୁଟିଆ, ବତାସିଂହ ଗ୍ରାମ ନିକଟ ବ୍ରାହ୍ମଣୀ ନଦୀରୁ ମଧ୍ୟ ସମାନ ଢଙ୍ଗରେ ବାଲି ଚାଲାଣ ହେଉଛି। ହେଲେ ଏଥିପ୍ରତି ବିଭାଗୀୟ ଅଧିକାରୀ ଆଖି ବୁଜିଦେଇଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।
ଏ ନେଇ କୁଆଳୋ ଆର୍‌ଆଇ ଅପର୍ଣ୍ଣା ପ୍ରିୟଦର୍ଶିନୀ କୁହନ୍ତି, ଖାଲପାଲ ଘାଟର ଏଗ୍ରିମେଣ୍ଟ ହୋଇନାହିଁ। ଆଖପାଖ ଅଞ୍ଚଳର କାହାରିକୁ ବାଲି ଉଠାଇବା ଲାଗି ଅନୁମତି ଦିଆଯାଇନାହିଁ। ବାଲିଚାଲାଣ ସମ୍ପର୍କରେ କୌଣସି ସୂଚନା ନାହିଁ। ବୁଧବାର ଉକ୍ତ ଅଞ୍ଚଳକୁ ଯାଇ ତଦାରଖ କରିବେ। ତହସିଲଦାର ଜୟନ୍ତ କୁମାର ଜୟସିଂ କୁହନ୍ତି, ବାଲି ଚୋରା ଚାଲାଣ ହେଉଥିବା ସୂଚନା ମିଳିଛି। ଖୁବ୍‌ଶୀଘ୍ର ସେଠାରେ ଚଢ଼ାଉ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri