ବ୍ରାହ୍ମଣୀରୁ ବେଆଇନ ବାଲି ଚାଲାଣ: ୩ ଟ୍ରାକ୍ଟର ଜବତ, ଜରିମାନା ଆଦାୟ

ପରଜଙ୍ଗ, ୩୦।୮(ଡି.ଏନ୍‌.ଏ.) – ବ୍ରାହ୍ମଣୀ ନଦୀରୁ ବେଆଇନ ବାଲି ଚାଲାଣ ବେଳେ ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଏବଂ ତହସିଲ ପ୍ରଶାସନ ପକ୍ଷରୁ ୩ଟି ଟ୍ରାକ୍ଟରକୁ ଜବତ କରାଯାଇଛି। ସମ୍ପୃକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୪୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।
ପାଣିଗେଙ୍ଗୁଟିଆ, ଖଇରପଶି, ରୋଡ୍‌, ପାଳସାହି ଘାଟରୁ ଦୈନିକ ଶତାଧିକ ଟ୍ରିପ୍‌ ବାଲି ଚାଲାଣ ହେଉଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାଜସ୍ବ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ବ୍ରାହ୍ମଣୀ ନଦୀର ପାଣିଗେଙ୍ଗୁଟିଆ ଘାଟରୁ ବାଲି ଚୋରାଚାଲାଣ ହେଉଥିବା ସୂଚନା ପାଇ ଫାଣ୍ଡି ଅଧିକାରୀ ସୁରେଶ ମହାପାତ୍ର ଗୁରୁବାର ଚଢ଼ାଉ କରିଥିଲେ। ଏହି ସମୟରେ କେତୋଟି ଟ୍ରାକ୍ଟର ଫେରାର ହୋଇଯାଇଥିଲେ। ଅନ୍ୟ ୨ଟି ଟ୍ରାକ୍ଟର (ଇଞ୍ଜିନ ନଂ. ଓଡ଼ି ୦୬ ସି ୫୯୦୧ ଏବଂ ଓଡ଼ି ୦୬ଇ ୪୧୧୦)କୁ ଜବତ କରାଯାଇଥିଲା। ଉକ୍ତ ଦୁଇ ଗାଡ଼ିକୁ ସାଆନ୍ଦା ଆର୍‌ଆଇଙ୍କୁ ହସ୍ତାନ୍ତର କରାଯାଇଥିଲା। ଜବତ ହୋଇଥିବା ଟ୍ରାକ୍ଟର ମାଲିକଙ୍କଠାରୁ ୨୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସେହିପରି ଅନ୍ୟ ଏକ ଘଟଣାରେ ଭାଲୁମୁଣ୍ଡା-ଆଲୁଅଝରଣ ରାସ୍ତାରେ ତହସିଲଦାର ଜୟନ୍ତ କୁମାର ଜୟସିଂଙ୍କ ଦ୍ୱାରା ଏକ ନମ୍ବର ବିହୀନ ବାଲି ବୋଝେଇ ଟ୍ରାକ୍ଟର ଜବତ କରାଯାଇଛି। ଉକ୍ତ ଟ୍ରାକ୍ଟର ମାଲିକଙ୍କଠାରୁ ୨୦ ହଜାର ଟଙ୍କା ଆଦାୟ କରାଯାଇଛି। ଆଗକୁ ଏପରି ଚଢ଼ାଉ ଆହୁରି ଜୋର୍‌ଦାର ହେବ ବୋଲି ତହସିଲଦାର ସୂଚନା ଦେଇଛନ୍ତି।
ଏ ନେଇ ଆର୍‌ଆଇ ପ୍ରଦ୍ୟୁମ୍ନ ସେଠୀ କୁହନ୍ତି, ବିଭାଗ ପକ୍ଷରୁ ଥରେ ଦୁଇଥର ଚଢ଼ାଉ କରାଯାଇ ଗାଡ଼ି ଜବତ କରାଯାଇଛି। ବ୍ରାହ୍ମଣୀ ନଦୀର ନିଲାମ ହୋଇ ନ ଥିବା ଘାଟରୁ ବାଲିଚାଲାଣ ସମ୍ପର୍କରେ ରାଜସ୍ବ ବିଭାଗ ପକ୍ଷରୁ କ’ଣ ପଦକ୍ଷେପ ନିଆଯାଇଛି ବୋଲି ପଚାରିବାରେ ସେ ପ୍ରସଙ୍ଗ ଏଡ଼ାଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri