Posted inଖେଳ

ବ୍ରାୟନ ବ୍ରଦର୍ସଙ୍କୁ ଭେଟିବେ ଶରନ-ଏର୍ଲିଚ

ଆଟଲାଣ୍ଟା,୨୬।୭- ଜୋନାଥନ ଏର୍ଲିଚଙ୍କୁ ସାଥୀ କରି ଖେଳୁଥିବା ଡିଭିଜ ଶରନ ଏଠାରେ ଚାଲିଥିବା ଏଟିପି ଆଟଲାଣ୍ଟା ଓପନର ପୁରୁଷ ଡବଲ୍ସ ବର୍ଗର କ୍ୱାର୍ଟର ଫାଇନାଲରେ କିମ୍ବଦନ୍ତୀ ଯୋଡ଼ି ମାଇକ ଓ ବବ୍‌ ବ୍ରାୟନଙ୍କ ସହ ମୁକାବିଲା କରିବେ। ଶରନ ଓ ଏର୍ଲିଚ ଏଟିପି ୨୫୦ ଇଭେଣ୍ଟର ପ୍ରଥମ ରାଉଣ୍ଡରେ ମିଓମିର କେମାନୋଭିକ୍‌ ଓ ରବର୍ଟ ଲିଣ୍ଡଷ୍ଟେଡଙ୍କୁ ୨-୬, ୬-୩, ୧୩-୧୧ ସେଟରେ ହରାଇଥିଲେ। ଏପର୍ଯ୍ୟନ୍ତ ୧୦୦ରୁ ଅଧିକ ଏଟିପି ଟାଇଟଲ ଜିତିସାରିଥିବା ବ୍ରାୟନ ବ୍ରଦର୍ସ ନିଜ ଦେଶର ଖ୍ରିଷ୍ଟଫର ଇବ୍ୟାଙ୍କ୍ସ ଓ ଡୋନାଲ୍ଡ ୟଙ୍ଗଙ୍କୁ ୬-୪, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ଅନ୍ୟପକ୍ଷରେ ଭେଟେରାନ ଲିଆଣ୍ଡର ପେସ ଓ ତାଙ୍କ ସାଥୀ ମାରିଅସ କପିଲ ପ୍ରଥମ ରାଉଣ୍ଡରୁ ପରାଜୟ ସହ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri