ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ: ଅର୍ଥ ମଞ୍ଜୁର ସତ୍ତ୍ୱେ ଆରମ୍ଭ ହେଉନି ନିର୍ମାଣ କାର୍ଯ୍ୟ

ରଣପୁର,୧୯ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ସୁନାଖଳା-ରଣପୁର ରାସ୍ତାର ଚମ୍ପତିପୁରଠାରେ ମଲାଗୁଣୀ ନଦୀ ଉପରେ ନିର୍ମିତ ବ୍ରିଟିଶ ଅମଳର ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି । ଏହି ପୋଲ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହେବାର ୪ ବର୍ଷ ବିତିଯାଇଥିଲେ ମଧ୍ୟ କାମ ଆରମ୍ଭ ହେଉ ନାହିଁ। ଏଥିଯୋଗୁ ଉକ୍ତ ଅଞ୍ଚଳରେ ଦୁର୍ଘଟଣା ଘଟି ଗତ ୫ବର୍ଷ ମଧ୍ୟରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୧୩୬ ଜଣ ଆହତ ହୋଇଛନ୍ତି। ପୋଲ କାମ ଶୀଘ୍ର ଆରମ୍ଭ ନ ହେଲେ ସ୍ଥାନୀୟ ଜନସାଧାରଣ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।
ଏହି ପୋଲ ନିର୍ମାଣ ପାଇଁ ବାରମ୍ବାର ଦାବି, ଆପତ୍ତି, ଅଭିଯୋଗ ପରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନଙ୍କ ଉଦ୍ୟମରେ ୨୦୧୪ ମସିହାରେ ୨କୋଟି ୮ ୧ ଲକ୍ଷ ୭୫ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ପରେ ପୂର୍ତ୍ତ ବିଭାଗ ପକ୍ଷରୁ ଏହାର ଟେଣ୍ଡର କରାଯାଇଥିଲା। ତା୨୩ା୭ା୨୦୧୫ରେ ପୋଲ ନିର୍ମାଣ ପାଇଁ ରଣପୁର ବିଧାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜମି ଅଧିଗ୍ରହଣରେ ସମସ୍ୟା କାରଣରୁ କାମ କିଛି ଦିନ ଧରି ଅଟକି ରହିଥିଲା। ଏହି ସମସ୍ୟା ଦୂର ହୋଇଥିଲେ ମଧ୍ୟ ଠିକାଦାର କାମ ନ କରି ଚୁପ୍‌ ହୋଇ ବସି ରହିଛନ୍ତି। ପୋଲ ନିର୍ମାଣରେ ବିଳମ୍ବ ହେବାର କାରଣ ସମ୍ପର୍କରେ ଠିକାଦାରଙ୍କୁ ସ୍ଥାନୀୟ ଲୋକେ ପ୍ରଶ୍ନ କରିବାରୁ ସେ ଛଡ, ସିମେଣ୍ଟ, ଗୋଡି ଓ ବାଲି ପରି ଆନୁସଙ୍ଗିକ ସାମଗ୍ରୀ ଦର ବୃଦ୍ଧି ଯୋଗୁ ୪ ବର୍ଷ ପରେ କାମ କରିବା ସମ୍ଭବ ହେଉ ନାହିଁ । ଅଧିକ ଅର୍ଥ ବ୍ୟୟବରାଦ ହେଲେ ସେ କାମ କରିବେ ବୋଲି କହିଥିଲେ। ଏ ସମ୍ପର୍କରେ ରଣପୁର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଦୀପ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଥିଲେ, ଠିକାଦାର ଟେଣ୍ଡର ନେଇ କାର୍ଯ୍ୟ କରୁ ନାହାନ୍ତି। ଅଧିକ ବ୍ୟୟବରାଦ ଦାବି କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ପୋଲ ନିର୍ମାଣ କାର୍ଯ୍ୟ ପଡି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି ବୈକୁଣ୍ଠ, ଘରେ ପୁଅ,ବୋହୂଙ୍କୁ ବାଡ଼େଇ…

ନୟାଗଡ଼,୨୭।୩(ଲୋକନାଥ ମିଶ୍ର): ନୟାଗଡ଼ ସଦର ବଲଭଦ୍ରପୁର ଗାଁର ବୈକୁଣ୍ଠ ସାହୁଙ୍କ ଘରୁ ଗୁରୁବାର ରାତିରେ ଚୋରି ହୋଇଛି। ଚୋରମାନେ ଗ୍ରୀଲ ଓ କବାଟ ଭାଙ୍ଗି ୭ ଲକ୍ଷରୁ…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବେଲପଡ଼ାପାଟଣା ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ୩୪ ଦିନ ପରେ ସ୍କୁଲ ଆସି ପାଠ ପଢ଼ିଲେ ପିଲା, ୧୩ ଅଟକ

ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ଛାତ୍ର ମୃତ୍ୟୁକୁ ନେଇ ଦଶପଲ୍ଲା ବେଲପଡ଼ା ପ୍ରାଥମିକ ବିଦ୍ୟାଳୟରେ ୩୪ ଦିନ ହେବ ସ୍କୁଲ୍ ରେ ତାଲା ପକାଇଥିଲେ ପରିବାର ଲୋକେ। ଆଜି ବେଲପଡ଼ା…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ମର୍ମନ୍ତୁଦ ବାଇକ ଦୁର୍ଘଟଣା: ଅକାଳରେ ଚାଲିଗଲା ୨ ଯୁବକଙ୍କ ଜୀବନ

ନୟାଗଡ, ୬।୩(ଲୋକନାଥ ମିଶ୍ର): ଖଣ୍ଡପଡ଼ା ଥାନା ଅଧୀନ ବୋଦସା ଗ୍ରାମ ଉପକଣ୍ଠରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri