ବ୍ରିଟିଶ ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ କୋର୍ଟରେ ଚ୍ୟାଲେଞ୍ଜ:ପ୍ରତିବାଦରେ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ

ଲଣ୍ଡନ,୩୦-୮:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନର ପ୍ରସ୍ଥାନ ଲାଗି ଆଉ ମାତ୍ର କେଇ ସପ୍ତାହ ବାକି ଥିବାବେଳେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ ପାର୍ଲାମେଣ୍ଟ ଅଧିବେଶନକୁ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ନେଇଥିବାରୁ ଏହାକୁ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ୟୁରୋପୀୟ ସମର୍ଥକ ତଥା ବିନା ଚୁକ୍ତିନାମା ବ୍ରେକ୍‌ଜିଟକୁ ବିରୋଧ କରୁଥିତ୍ବା ଏମ୍‌ପିମାନେ ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି। ପାର୍ଲାମେଣ୍ଟକୁ ପାଖାପାଖି ୫ ସପ୍ତାହ ସ୍ଥଗିତ ରଖିବା ପାଇଁ ବୁଧବାର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଏହାକୁ ରାଜନୈତିକ ଦଳ ପକ୍ଷରୁ ବିରୋଧ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପାର୍ଲାମେଣ୍ଟ ସ୍ଥଗିତ ନିଷ୍ପତ୍ତିକୁ ବିରୋଧ କରି ସ୍କଟଲ୍ୟାଣ୍ଡ କଞ୍ଜରଭେଟିଭ ନେତା ରୁଥ୍‌ ଡାଭିଡସନ୍‌ ଇସ୍ତଫା ଦେବା ଫଳରେ ଜନସନଙ୍କୁ ଶକ୍ତ ଝଟ୍‌କା ଲାଗିଛି। ବିରୋଧୀମାନେ ତାଙ୍କ ନିଷ୍ପତ୍ତିକୁ ବିଦ୍ରୋହ ଏବଂ ସମ୍ବିଧାନର ଉଲ୍ଲଂଘନ କହିଛନ୍ତି। ଏହା ଉପରେ ରହିତାଦେଶ ଜାରି ପାଇଁ ଲଣ୍ଡନ, ଏଡିନବରା ଓ ବେଲଫାଷ୍ଟ କୋର୍ଟରେ ଆବେଦନ କରିଛନ୍ତି। ଗୁରୁବାର ହଜାର ହଜାର ଲୋକ ଲଣ୍ଡନ, ମଞ୍ଚେଷ୍ଟର, ଏଡିନବରା ସମେତ ଅନ୍ୟ ସହରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଦସ୍ତଖତ ସଂଗ୍ରହ କରିଥିବା ଜଣାପଡିଛି। ପାର୍ଲାମେଣ୍ଟ ଭବନ ନିକଟରେ ବିଶାଳ ର଼୍ୟାଲି କରାଯାଇ ବିଦ୍ରୋହ ବନ୍ଦ କର ସ୍ଲୋଗାନ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri