Posted inଖେଳ

ବ୍ରୋଞ୍ଜ ସହ ନିଶାଦଙ୍କୁ ଅଲିମ୍ପିକ ଯୋଗ୍ୟତା

ଦୁବାଇ, ୧୪।୧୧ (ପି.ଟି.)- ଭାରତୀୟ ପାରା ଆଥ୍‌ଲେଟ ନିଶାଦ କୁମାର ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ହାଇଜମ୍ପରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପୁରୁଷ ହାଇଜମ୍ପ ଟି୪୭ ବର୍ଗରେ ନିଶାଦ ୧.୯୭ ମିଟର ସହ ୩ୟ ସ୍ଥାନରେ ରହିଥିଲେ। ରିଓ ପାରା ଅଲିମ୍ପିକ ଚାମ୍ପିୟନ ତଥା ବିଶ୍ୱ ରେକର୍ଡଧାରୀ ଆମେରିକାର ରୋଡ୍ରିକ ଟାଉନସେଣ୍ଡ (୨.୦୩ ମିଟର) ଓ ଚାଇନାର ହୋଙ୍ଗ୍‌ଜି ଚେନ୍‌ (୨.୦) ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ହାସଲ କରିଥିଲେ। ନିଶାଦଙ୍କ ଏହା ମଧ୍ୟ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ। ନିଶାଦ ଏଥିସହ ଆସନ୍ତାବର୍ଷ ହେବାକୁ ଥିବା ଟୋକିଓ ପାରା ଅଲିମ୍ପିକ ଗେମ୍ସକୁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭାରତର ୯ମ ପାରା ଆଥ୍‌ଲେଟ୍‌ ଭାବେ ସେ ଟୋକିଓ ଟିକେଟ୍‌ ଅର୍ଜନ କରିଛନ୍ତି। ସେହିଭଳି ଚଳିତ ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାରତର ଏହା ମୋଟ୍‌ ଉପରେ ୬ଷ୍ଠ ପଦକ। ୨୦୧୭ରେ ଲଣ୍ଡନ ଅନୁଷ୍ଠିତ ପୂର୍ବ ସଂସ୍କରଣରେ ଭାରତ ମୋଟ୍‌ ୫ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri