Posted inଖେଳ

ବ୍ରୋଞ୍ଜରେ ସନ୍ତୁଷ୍ଟ ମେରୀକମ୍‌

ଉଲାନ-ଉଡେ(ରୁଷିଆ),୧୨।୧୦(ପି.ଟି.)- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍‌.ସି. ମେରୀକମ୍‌ଙ୍କୁ ଚଳିତ ଥର ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଏଠାରେ ଚାଲିଥିବା ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ମେରୀକମ୍‌ ତୁର୍କୀର ବୁସେନାଜ କାକିରୋଗ୍‌ଲୁଙ୍କଠାରୁ ପରାସ୍ତ ହୋଇଛନ୍ତି। ତୃତୀୟ ସିଡ୍‌ ମେରୀକମ୍‌ଙ୍କୁ ୧-୪ ବ୍ୟବଧାନରେ ଦ୍ୱିତୀୟ ସିଡ୍‌ ତଥା ୟୁରୋପିଆନ ଚାମ୍ପିୟନ ବୁସେନାଜ ହରାଇ ଫାଇନାଲରେ ପ୍ରବେଶ କରିଛନ୍ତି। ଭାରତୀୟ ଅଫିସିଆଲଙ୍କ ପକ୍ଷରୁ ଜଜ୍‌ଙ୍କ ଏହି ନିଷ୍ପତ୍ତିର ପୁନଃ ବିଚାର କରିବାକୁ ଅପିଲ କରାଯାଇଥିଲା। ହେଲେ ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ (ଏଆଇବିଏ) ଟେକ୍‌ନିକାଲ କମିଟି ଅପିଲକୁ ଖାରଜ କରିଦେଇଥିଲା।
ପ୍ରଥମ ରାଉଣ୍ଡରେ ଦୁଇ ବକ୍ସର ରକ୍ଷଣାତ୍ମକ ଖେଳ ଦେଖାଇଥିଲେ। ମେରୀକମ୍‌ କାଉଣ୍ଟର ଆଟାକ୍‌ କରିଥିଲେ। କିନ୍ତୁ ବୁସେନାଜ ନିଜ ଉଚ୍ଚତା ଯୋଗୁ ବର୍ତ୍ତି ଯାଇଥିଲେ। ଦ୍ୱିତୀୟ ରାଉଣ୍ଡରେ ମଧ୍ୟ ଦୁହେଁ ସମାନ ଟାକ୍‌ଟିକ୍ସ ଆପଣେଇଥିଲେ। ମ୍ୟାଚ୍‌ର ଅନ୍ତିମ ମିନିଟ୍‌ରେ ଉଭୟ ବକ୍ସର ଲଗାତାର ପଞ୍ଚ ମାରିଥିଲେ। ହେଲେ ତୁର୍କୀ ବକ୍ସର ଜିତାପଟ ହାସଲ କରିଥିଲେ। ପରାଜୟ ସତ୍ତ୍ୱେ ୩୬ ବର୍ଷୀୟା ବକ୍ସର ମେରୀକମ୍‌ ନିଜ ସଫଳତାର ତାଲିକାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି। ୫୧ କେଜି ଓଜନ ବର୍ଗରେ ଏହା ମେରୀକମ୍‌ଙ୍କ ପ୍ରଥମ ବ୍ରୋଞ୍ଜ ବିଶ୍ୱ ଚାମ୍ପିୟନଶିପ୍‌ ପଦକ। ୬ ବିଶ୍ୱ ଟାଇଟଲ ସହ ତାଙ୍କ କ୍ୟାରିୟରରେ ୨୦୧୨ ଅଲିମ୍ପିକ୍ସରେ ବ୍ରୋଞ୍ଜ, ୫ ଏସିଆନ୍‌ ଟାଇଟଲ, ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri