କ.ନୂଆଗଁ।,୨୭।୫(ଡି.ଏନ୍.ଏ.)- କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ଚକ୍ରମଣି କହଁର ବାଲିଗୁଡ଼ା ବିଧାୟକ ଭାବେ ନିର୍ବାଚିତ ହେବା ପରେ ସୋମବାର ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ଗତ ପଞ୍ଚାୟତ ନିର୍ବାଚନରେ ଶିକ୍ଷକ ପଦବୀରୁ ଇସ୍ତଫା ଦେଇ ନିଜ ପଞ୍ଚାୟତ ସାଇନପଡ଼ାରୁ ସମିତିସଭ୍ୟ ଭାବେ ନିର୍ବାଚିତ ହୋଇ କ.ନୂଆଗଁ। ବ୍ଲକର ଅଧ୍ୟକ୍ଷ ହୋଇଥିଲେ। ଚଳିତ ନିର୍ବାଚନରେ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡି ପକ୍ଷରୁ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ୪୩,୧୭୫ ଖଣ୍ଡ ଭୋଟ ପାଇଥିଲେ। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱି କଂଗ୍ରେସର ସିମନ ମଲ୍ଲିକଙ୍କଠାରୁ ୬୯୧୦ ଖଣ୍ଡ ଭୋଟ ଅଧିକ ପାଇ ବିଧାୟକ ନିର୍ବାଚିତ ହୋଇଥିଲେ। ସୋମବାର କହଁର ବିଡିଓ ମନୋଜ କୁମାର ତ୍ରିପାଠୀଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଡିଓ ବ୍ଲକ ଚିଠି ନଂ. ୧୨୩୯ ଦ୍ୱାରା କନ୍ଧମାଳ ଜିଲାପାଳ, ବାଲିଗୁଡ଼ା ଉପଜିଲାପାଳ ଓ ଉପାଧ୍ୟକ୍ଷା ସୁଲୋଚନା ଦଳ ବେହେରାଙ୍କୁ ଅବଗତ କରାଇ କାର୍ଯ୍ୟାନୁଷ୍ଠାନ ପାଇଁ ଜଣାଇଛନ୍ତି। ସରକାରଙ୍କ ଅନ୍ୟାଦେଶ ପର୍ଯ୍ୟନ୍ତ ଉପାଧ୍ୟକ୍ଷା ଦଳବେହେରା ବ୍ଲକ କାର୍ଯ୍ୟ କରିବେ ବୋଲି ଜିପିଇଓ ବିରାଜ କୁମାର ସାହୁ ଜଣାଇଛନ୍ତି।
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
ପୁରୁଷୋତ୍ତମପୁର ସବ୍-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...
ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…
ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍ର ପ୍ରୋବେସନ ଆଇଏଏସ୍ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...
ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ
ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...
କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...
ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି
ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...
Archives


