ବ୍ଲକ ସମ୍ମୁଖରେ ଜାମବଣୀ ପଞ୍ଚାୟତବାସୀଙ୍କ ଧାରଣା

କପ୍ତିପଦା,୨୮ା୧୦(ଡ଼ି.ଏନ.ଏ)- କପ୍ତିପଦା ବ୍ଲକର ଜାମବଣୀ ପଞ୍ଚାୟତରେ ଅଚଳାବସ୍ଥା ଲାଗି ରହିଥିବା ଅଭିଯୋଗ କରି ବହୁ ପୁରୁଷ ମହିଳା ସୋମବାରଠାରୁ କପ୍ତିପଦା ବ୍ଲକ୍‌ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୋଗ ଅନୁଯାୟୀ, ଅସୁସ୍ଥତା କାରଣରୁ ଜାମବଣୀ ସରପଞ୍ଚ ପଞ୍ଚାୟତ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ କରିପାରୁ ନାହାନ୍ତି। ଫଳରେ ପଞ୍ଚାୟତର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟରେ ବାଧା ଉପୁଜୁଛି। ଏ ସମ୍ପର୍କରେ ଉକ୍ତ ପଞ୍ଚାୟତର ନାଏବ ସରପଞ୍ଚଙ୍କ ସମେତ ଅନ୍ୟ ୫ଜଣ ଓ୍ବାର୍ଡ ସଭ୍ୟାସଭ୍ୟ କପ୍ତିପଦା ବିଡିଓ, ମୟୂରଭଞ୍ଜ ଜିଲାପାଳ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅବଗତ କରାଇଥିଲେ। ସରପଞ୍ଚଙ୍କ ଅସୁସ୍ଥତା ସମୟରେ ପଞ୍ଚାୟତର କାର୍ଯ୍ୟଭାର ନାଏବ ସରପଞ୍ଚଙ୍କୁ ପ୍ରଦାନ କରି ପଞ୍ଚାୟତ କାର୍ଯ୍ୟ ସୁରଖୁରରେ ଚଳାଇବା ପାଇଁ ଲିଖିତ ଅବଗତ କରିଥିଲେ। ମାତ୍ର ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଏଥିନେଇ ନାଏବ ସରପଞ୍ଚ ସନ୍ଧ୍ୟାରାଣୀ ନାୟକ, ୱାର୍ଡ଼ସଭ୍ୟ ଜଗନ୍ନାଥ ବିନ୍ଧାଣୀ, ଭାରତୀ ସେଠୀ, କମଳା ବେହେରା, ରାଇମଣି ସୋରେନ୍‌, ସୁଗୀମଣି ମାଝୀଙ୍କ ନେତୃତ୍ୱରେ ଶତାଧିକ ପଞ୍ଚାୟତବାସୀ ବ୍ଲକ ସମ୍ମୁଖରେ ଗଣଧାରଣାରେ ବସିି ରହିଛନ୍ତି। ଘଟଣାସ୍ଥଳରେ ବିଡିଓ ରବିନ୍ଦ୍ର କୁମାର ମଲ୍ଲିକ ପହଞ୍ଚି ଧାରଣାକାରୀମାନଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସେମାନେ ଯିଦରେ ଅଟଳ ରହିଛନ୍ତି। ଏସମ୍ପର୍କରେ ସରପଞ୍ଚଙ୍କୁ ପଚାରିବାରୁ ଏହା ବିରୋଧୀଙ୍କ ଚକ୍ରାନ୍ତ ଏବଂ ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ…

ଛତ୍ରପୁରରେ ମାତିଛନ୍ତି ‘ଭ୍ୟାନିଟି ବ୍ୟାଗ୍’ ଲୁଟେରା: ଠାକୁରାଣୀଙ୍କ ଯାତ୍ରା ଗହଳିରୁ ଚୋରି କରୁଥିବା ଗ୍ୟାଙ୍ଗ୍‌ର ୪ ଗିରଫ…

ଛତ୍ରପୁର, ୩୦।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ସହର ଓ ଆଖପାଖ ଅଞ୍ଚଳରେ ଗତ କିଛି ସପ୍ତାହ ହେବ ମା’ ଠାକୁରାଣୀଙ୍କ ଯାତ୍ରା…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

ଭଞ୍ଜନଗରରେ କାଳବୈଶାଖୀର ତାଣ୍ଡବ: ପ୍ରବଳ ଝଡ଼ବର୍ଷା ଯୋଗୁ ବିଦ୍ୟୁତ୍ ସେବା ବିପର୍ଯ୍ୟସ୍ତ, ଗରମରୁ…

ଭଞ୍ଜନଗର, ୩୦।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀର ପ୍ରକୋପ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୬ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri