ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ

ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍‌ସନ ଟଙ୍କାରୁ ୬ ମାସ ଭିତରେ ପ୍ରାୟ ୧୨ ଲକ୍ଷ ୪୭ ହଜାର ୭୦ ଟଙ୍କା ଠକେଇ ହୋଇଛି । ତଦନ୍ତ ପରେ ଏହି ଘଟଣାରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି । ପୂର୍ବତନ ବିଡିଓଙ୍କ ଦସ୍ତଖତ ଜାଲିଆତି କରି ବ୍ୟାଙ୍କ ମ୍ୟାନେଜର ଅନିର୍ବାଣ ଦେ, କ୍ୟାଶିୟର ସୁଧୀର କୁମାର ମେହେର, ପୂର୍ବତନ କ୍ୟାଶିୟର ତଥା କେନ୍ଦୁଝର ଜିଲାରେ ଏକ ଘରୋଇ ବ୍ୟାଙ୍କରେ କାମ କରୁଥବା ପ୍ରବୀଣ ଭାରତୀଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତମାନଙ୍କ ସମସ୍ତ ଜମାଖାତାକୁ ବନ୍ଦ କରିବା ପାଇଁ ପୋଲିସ ବ୍ୟାଙ୍କଗୁଡିକୁ ନିର୍ଦ୍ଦେଶ ଦେଇଛି । ଏ ନେଇ ଥାନାରେ କେସ ନଂ. ୧୯୫/୧୯ରେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲଣା କରିଛି।
ସୂଚନାଯୋଗ୍ୟ, ଉକ୍ତ ବ୍ଲକର ଜମାଖାତା ଆଇସିଆଇସିଆଇ ବ୍ୟାଙ୍କରେ ରହିଛି । ଉକ୍ତ ଟଙ୍କା ପେନ୍‌ସନ ଆକାଉଣ୍ଟରେ ଜମା ରହିଥିଲା । ନୂତନ ବିଡିଓ ଯୋଗଦାନ ପରେ ଜମା ଖାତାଗୁଡିକ ଯାଞ୍ଚ କରିଥିଲେ । ସେ ସମୟରେ ଟଙ୍କାର ତାଲମେଳ ନ ଥିବା ସେ ଜାଣିବାକୁ ପାଇଥିଲେ । ପରେ ସେ ଡିସେମ୍ବର ୨୪ ତାରିଖ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଥିଲା । ପୂର୍ବତନ ବିଡିଓଙ୍କ ଜାଲ ଦସ୍ତଖତରେ ଟଙ୍କା ନଗଦ ଉଠା ହୋଇଥିବା ଜାଣାପଡ଼ିଥିଲା। ପୋଲିସ ତଦନ୍ତ ପରେ ବ୍ୟାଙ୍କ ମ୍ୟାନେଜର ଦେ, କ୍ୟାଶିୟର ମେହେର ଓ ପୂର୍ବତନ କ୍ୟାଶିୟର ପ୍ରବୀଣ ଭାରତୀଙ୍କ ସମ୍ପୃକ୍ତି ଥିବା ଜାଣିବାକୁ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri