କୃଷି ସୂଚନା ପରାମର୍ଶ କେନ୍ଦ୍ର ବୈଠକରେ ମାଛ, କୁକୁଡା, ଛତୁ ଚାଷ ଉପରେ ଗୁରୁତ୍ୱାରୋପ

ରସୁଲପୁର,୬।୧(ଡିଏନଏ)- ରସୁଲପୁର ବ୍ଲକ ଅନ୍ତର୍ଗତ ସହକାରୀ କୃଷି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ବ୍ଲକସ୍ତରୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆତ୍ମାର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଗାମୀ କୃଷି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା ହୋଇଥିଲା। କୃଷି ସୂଚନା ପରାମର୍ଶ କେନ୍ଦ୍ର ପକ୍ଷରୁ ଚାଷୀଙ୍କ ଉଦ୍ଦେଶ୍ୟରେ ଆସୁଥିବା ଅର୍ଥର ସୁବିନିଯୋଗ ଉପରେ ବିଶଦଭାବେ ବିଚାର ବିମର୍ଶ କରାଯାଇଥିଲା। ଏଥିରେ କୃଷି, ଉଦ୍ୟାନକୃଷି, ପ୍ରାଣୀ ସମ୍ପଦ ବିଭାଗ, ମତ୍ସ୍ୟ ବିଭାଗ ଭଳି ୪ ବିଭାଗର ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। କୃଷି ବିଭାଗ ପକ୍ଷରୁ ଅଗ୍ରଣୀ ଚାଷୀଙ୍କୁ ବାହାର ଜିଲାର ଅଗ୍ରଣୀ ଚାଷୀଙ୍କ କୃଷିକାର୍ଯ୍ୟ ଶୈଳୀ ସମ୍ପର୍କରେ ଅବଗତ କରାଇବା ପାଇଁ ବୁଲାଇ ନେବା (ଏକ୍ସପୋଜର ଭିଜିଟ୍‌)କୁ ପ୍ରସ୍ଥାବ ରଖିଥିଲେ। ଏଥିସହ ବ୍ଲକ ଅଞ୍ଚଳରେ ଅଗ୍ରଣୀ ଛତୁ ଚାଷୀଙ୍କୁ ପ୍ରଶିକ୍ଷଣ, ମତ୍ସ୍ୟଚାଷ ଓ କୁକୁଡ଼ା ଚାଷ କାର୍ଯ୍ୟକୁ ପ୍ରୋତ୍ସାହନ ଦିଆଯିବା ପାଇଁ ନିଷ୍ପତି ନିଆଯାଇଛି। ଆସନ୍ତା ୨୦ରୁ ୨୪ ତାରିଖ ମଧ୍ୟରେ ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବାକୁ ଥିବା କୃଷି ପ୍ରଦର୍ଶନୀ ମେଳାରେ ବ୍ଲକ ଅଞ୍ଚଳରୁ ୨୦୦ଜଣ ଅଗ୍ରଣୀ ଚାଷୀ ଯୋଗଦେବା ଉପରେ ଆଲୋଚନା କରାଯାଇଥିଲା। ଏସବୁ ସମ୍ପର୍କରେ ନିଷ୍ପତ୍ତି ନିଆଯିବା ସହ ସେହି ମୁତାବକ ବିଭାଗୀୟ ଅଧିକାରୀମାନେ କାର୍ଯ୍ୟ ଆଗେଇ ନେବାକୁ ପରାମର୍ଶ ଦିଆଯାଇଥିଲା। ବୈଠକରେ ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ ରଞ୍ଜନ କୁମାର ସେଠୀ, ବ୍ଲକ କୃଷି ବୈଷୟିକ ଅଧିକାରୀ ଶ୍ରୀନିବାସ ରାଉତରାଏ, ମତ୍ସ୍ୟ ସମ୍ପ୍ରସାରଣ ଅଧିକାରିଣୀ ରୋଜାଲିନ୍‌ ସାହୁ, ରସୁଲପୁର ବ୍ଲକ ଉଦ୍ୟାନ କୃଷି ଅଧିକାରୀ ପ୍ରଭାସ ରଞ୍ଜନ ମଲିକ, ସହକାରୀ କୃଷି ବୈଷୟିକ ଅଧିକାରିଣୀ ଶର୍ମିଷ୍ଠା ପାଣିଗ୍ରାହୀ, ଅର୍ଣ୍ଣପୂର୍ଣ୍ଣା ପ୍ରଧାନ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ରସୁଲପୁର ବ୍ଲକ ଅଞ୍ଚଳର ୨୨ଜଣ ଅଗ୍ରଣୀ ଚାଷୀ ସଦସ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri