ବ୍ଲକସ୍ତରୀୟ ଗୁରୁଦିବସ : ଅବସରପ୍ରାପ୍ତ ଶିକ୍ଷକ, କୃତୀ ଛାତ୍ରୀଛାତ୍ର ସମ୍ବର୍ଦ୍ଧିତ

ଭଟଲି,୫।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ଭଟଲି ସତୀହାତୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଗୁରୁଦିବସ ପାଳିତ ହୋଇଯାଇଛି। ଭଟଲି ବ୍ଲକ୍‌ ସମନ୍ବିତ ଶିକ୍ଷକ ସଂଘର ବ୍ଲକ ସଭାପତି ତିୟାରମ ଡନସନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଭଟଲି ଗୋଷ୍ଠୀ ଶିକ୍ଷାଧିକାରୀ ଛତ୍ରପତି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଭଟଲି ଦଧିବାମନ କନିଷ୍ଠ ମହାବିଦ୍ୟାଳୟର ଅଧ୍ୟକ୍ଷ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଗୁରୁମାନଙ୍କୁ ଭଗବାନ ସ୍ବରୁପ ପୂଜା କରିବା ସହିତ ତାଙ୍କ ସହ ନମ୍ର ଆଚରଣ ପ୍ରଦର୍ଶନ ପୂର୍ବକ ଆଶୀର୍ବାଦ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଏବିଇଓ ପ୍ରଫୁଲ୍ଲ କୁମାର ନନ୍ଦ, ଏବିଇଓ ଅରୁଣ କୁମାର ବେହେରା, ବିଦ୍ୟାଳୟର ପ୍ରଧାନଶିକ୍ଷକ ରବି ନାରାୟଣ ଭୋଇ, ବ୍ଲକ୍‌ ସମନ୍ବିତ ଶିକ୍ଷକ ସଂଘର ସଂପାଦକ ବିଭୂତି ଚରଣ ଦାଶ ପ୍ରମୁଖ ମଞ୍ଚାସୀନ ଥିଲେ। ସମସ୍ତ ଅତିଥି ଡ. ସର୍ବପଲ୍ଲୀ ରାଧାକୃଷ୍ଣନ୍‌ଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ପ୍ରାରମ୍ଭରେ ତେଜାଗୋଲା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି ଅବସରରେ ୩ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ା ସେହିପରି ୨୦୧୯ ଶିକ୍ଷା ବର୍ଷ ତୃତୀୟ ଏବଂ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୨୫ ଜଣ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଉପେନ୍ଦ୍ର ଖମାରୀ ସଭା ପରିଚାଳନା କରିଥିବାବେଳେ ଆଞ୍ଚଳିକ ସାଧନ ସଂଯୋଜକ ବୈରାଗୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?