ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପ୍ରସ୍ତୁତି ବୈଠକ

ନୂଆପଡା ଅଫିସ/ବୋଡେନ,୧୨ା୮: ନୂଆପଡା ଜିଲା ବୋଡେନ ବ୍ଲକ ସଭାଗୃହରେ ବିଡିଓ ପୂର୍ଣ୍ଣ ନ୍ଦ୍ର ଭୋଇଙ୍କ ସଭାପତିତ୍ୱରେ ସ୍ବାଧୀନତା ଦିବସ ପାଳନ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସିଆରପିଏଫ ଆସିଣ୍ଟାଣ୍ଟ କମାଣ୍ଡାଣ୍ଟ ଗଣେଶ, ପୋଲିସ ସବଇନ୍ସପେକ୍ଟର ଦିବ୍ୟ କୁମାର ଓରାମ, ବୋଡେନ ସରପଞ୍ଚ ନୃପ ତାଣ୍ଡି, ସଚେନ ନାଗରିକ ମଞ୍ଚ ସମ୍ପାଦକ ପର୍ଶୁରାମ ସେଠୀ, ଥବିରାମ ପାଣ୍ଡେ, ସମିତି ସଭ୍ୟ ସୌଦାଗର ସାହୁ, ରାଜ ନାଗ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ସଭାକୁ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗୁ ନିଆଲ ପରିଚାଳନା କରିଥିଲେ। ଏଥିରେ ଗତବର୍ଷର ବିବରଣୀ ପାଠ କରିଥିବାବେଳେ ଏଥର କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରାଯାଇ ପାରିବ ସେଥିପାଇଁ ପ୍ରସ୍ତାବ ସବୁ ଗ୍ରହଣ କରାଯାଇଥିଲ। ଏହି ଉପଲକ୍ଷେ ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ସ୍ଥିର କରାଯାଇଥିବାବେଳେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ନିଷ୍ପତ୍ତ ହୋଇଛି । ଏଥର ବ୍ଲକ ଅଧ୍ୟକ୍ଷା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

ବିଜେଡିର ବିଶାଳ ମହିଳା ସମାବେଶ: ଏହାଠି ହେଲେ ହଜାର ହଜାର ମହିଳା

ଖୋର୍ଦ୍ଧା,୫।୬: ଖୋର୍ଦ୍ଧାରେ ବିଜେଡିର ବିଶାଳ ମହିଳା ସମାବେଶ। ଜିଲା ବିଜେଡି ସଭାପତି ରାଜେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏହାଠି ହେଲେ ହଜାର ହଜାର ମହିଳା ଓ ରାଜ୍ୟର ବରିଷ୍ଠ…

ପଞ୍ଚାୟତ ନିର୍ବାଚନ ପାଇଁ ୬ ମାସ ଥିବାବେଳେ ଅଣ୍ଟାଭିଡିଲେ ଏନଏସି ଯୁବମୋର୍ଚ୍ଚା: ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ…

ଗଞ୍ଜାମ ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସିର ଯୁବ ମୋର୍ଚ୍ଚାର ଏକ ସାଙ୍ଘଠନିକ ବୈଠକ ଦଳୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଏନଏସି ମଣ୍ଡଳ ସଭାପତି…

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଜୁନିଅର୍‌ ଆସିଷ୍ଟାଣ୍ଟ

ଭଦ୍ରକ,୫।୬(ସନାତନ ରାଉତ): ଏକ ଘରୋଇ ସ୍କୁଲକୁ ଏନ୍‌ଓସି ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭଦ୍ରକ ଜିଲା…

ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ଦାବି ନେଇ ଦହସିଲଦାରଙ୍କୁ ଦାବିପତ୍ର

ଅମରପାଲି,୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବାଗବର ପଞ୍ଚାୟତର ଦେଉଳମୁଣ୍ଡା ଗ୍ରାମରେ ଗୋଚର ଓ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରିବା ପାଇଁ ଗ୍ରାମବାସୀ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri