ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳନ

ଛେଣ୍ଡିପଦା,୧୫।୮(ସ୍ବ.ପ୍ର) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ମିନି ଷ୍ଟାଡିୟମଠାରେ ବ୍ଲକ ସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ମହାଆଡମ୍ବର ପାଳିତ ହୋଇଯାଇଛି। ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଛାତ୍ରୀଛାତ୍ରଙ୍କଠାରୁ ଅଭିବାଦନ ଗ୍ରହଣ କରିଥିଲେ। ଏହାପରେ ଛାତ୍ରୀଛାତ୍ରଙ୍କ ଦ୍ବାରା ଦେଶାତ୍ମକବୋଧ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୋମାଞ୍ଚଳ ଖମାରୀ, ଉପାଧକ୍ଷା ସୁଷମା ରାଉଳ, ବ୍ଲକ ଶିକ୍ଷା ଅଧିକାରୀ ଇଶ୍ବର ଚନ୍ଦ୍ର ସାହୁ, ପ୍ରାଣୀଧନ ଅଧିକାରୀ ବିକାଶ କୁମାର ବେହେରାଙ୍କ ସହିତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ ଛେଣ୍ଡିପଦା ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ ମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର, ଛେଣ୍ଡିପଦା ବ୍ଲକର ସର୍ବାଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ, ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ସେହିପରି ଛେଣ୍ଡିପଦା ବ୍ଲକର ବାଗଡିଆଠାରେ ଜୋନସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ମହାଆଡମ୍ବର ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ RI, ଝରକା ବାହାରକୁ ଫିଙ୍ଗି ଦେଲେ ଟଙ୍କା

ଅନୁଗୋଳ,୮ା୧: ଜମି ଚିହ୍ନଟ ପାଇଁ ଲାଞ୍ଚ ନେଉଥିବା ବେଳେ ଧାରା ପଡିଲେ ରାଜସ୍ବ ନିରୀକ୍ଷକ(RI)। ଗୁରୁବାର ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ତୁସର RI ସର୍କଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri