Odisha Elections 2024

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି ସରୁ ଓ କ୍ଷୁଦ୍ର ବ୍ଲଡ୍‌ ଭେସେଲସ୍‌ ବା ରକ୍ତ ବାହିକା ମଧ୍ୟରେ ଗତି କରି ବ୍ଲକେଜ୍‌ ଦୂର କରିପାରିବ ବୋଲି କୁହାଯାଇଛି। ଏହା ଦ୍ୱାରା ଷ୍ଟ୍ରୋକ୍‌ର କାରଣ ହେଉଥିବା ବ୍ଲକେଜ୍‌ ଓ ବ୍ରେନ୍‌ ବ୍ଲକେଜ୍‌ର ଚିକିତ୍ସା ସହଜ ହୋଇପାରିବ । ଷ୍ଟ୍ରୋକ୍‌ର ଚିକିତ୍ସା ୯୦ ମିନିଟ୍‌ ମଧ୍ୟରେ କରାଯାଇ ଅଧିକ ପୀଡ଼ିତଙ୍କୁ ବଞ୍ଚାଇ ହେବ ବୋଲି ଏମଆଇଟିର ସହକାରୀ ପ୍ରାଧ୍ୟାପକ ଜୁହାଁଇ ଝାଓ କହିଛନ୍ତି। ଏବେ ବ୍ରେନ୍‌ରେ ରକ୍ତ ଜମାଟ ବାନ୍ଧିଲେ ଏକ ଅତି ସରୁ ତାର ପୀଡ଼ିତଙ୍କ ମୁଖ୍ୟ ଧମନୀରେ ପ୍ରବେଶ କରାଯାଇ ତା’ମାଧ୍ୟମରେ ବ୍ଲକେଜ ଦୂର କରାଯାଉଛି। ଏହାକୁ ଫ୍ଲରୋସ୍କୋପ୍‌ ମାଧ୍ୟମରେ କରାଯାଉଛି। ଏହି ରୋବୋଟିକ ଥ୍ରେଡ୍‌କୁ ନିକେଲ-ଟିଟାନିୟମ ଆଲଏରେ କରାଯାଇଛି। ଏହା ଉପରେ ଏକ ମ୍ୟାଗ୍ନେଟିକ ପେଷ୍ଟ୍‌ ମଧ୍ୟ ଦିଆଯାଇଛି। ଅତି କ୍ଷୁଦ୍ର ସିଲିକନ୍‌ ନିର୍ମିତ ବ୍ରେନ୍‌ ପ୍ରତିକୃତିରେ ଏହାର ପରୀକ୍ଷା କରାଯାଇଛି ଓ ସଫଳତା ମଧ୍ୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri