Odisha Elections 2024

ବ୍ଲକ୍‌ ପ୍ରଶାସନକୁ ମାସ୍କ ଯୋଗାଇଲା ମା’ଶକ୍ତି ଏସ୍‌ଏଚ୍‌ଜି

ଏରସମା,୨୭ା୪ (ସ୍ବ.ପ୍ର.): କରୋନା ମୁକାବିଲା ଲାଗି ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ଲୋକଙ୍କୁ ମାସ୍କ ଯୋଗାଇ ଦେବା ଲାଗି ଏରସମା ବ୍ଲକର ମା’ଶକ୍ତି ଏସ୍‌ଏଚ୍‌ଜିର ମହିଳାମାନେ ଆଗେଇ ଆସିଛନ୍ତି। ଲୋକଙ୍କ ଆବଶ୍ୟକତା ମୁତାବକ ମାସ୍କ ବଜାରରେ ଉପଲବ୍ଧ ନ ଥିବା ଅଭିଯୋଗ ହେବା ପରେ ମା’ଶକ୍ତି ଏସ୍‌ଏଚ୍‌ଜି ପକ୍ଷରୁ ଅଦ୍ୟାବଧି ବ୍ଲକ ପ୍ରଶାସନକୁ ୯୨୦୦ ହାତତିଆରି ମାସ୍କ ଯୋଗାଇ ଦିଆଯାଇଛି। ମିଶନ ଶକ୍ତି ପକ୍ଷରୁ ଜନ ଶିକ୍ଷଣ ସଂସ୍ଥାନ, ଏରସମା ଶାଖା ମା’ଶକ୍ତି ୟୁନିଟର ମହିଳାମାନେ ମାସ୍କ ତିଆରି କରି ଯୋଗାଉଛନ୍ତି। ସଂସ୍ଥାନର ପ୍ରଶିକ୍ଷିକା ସନ୍ଧ୍ୟାରାଣୀ କୁଅଁରଙ୍କ ତତ୍ତ୍ୱାବଧାନରେ ସଙ୍ଗୀତା ସାହୁ, ପ୍ରଭାସିନୀ ଭୋଳ, ପୁଷ୍ପାଞ୍ଜଳି ଭୋଳ, ରୀନାରାଣୀ ବାରିକ, ସୁପ୍ରିୟା ସାହୁ ପ୍ରମୁଖ ବ୍ଲକ ମିଶନ ଶକ୍ତି ଜରିଆରେ ମାସ୍କ ଯୋଗାଇଛନ୍ତି। ଏ ସମ୍ପର୍କରେ ପ୍ରକଳ୍ପ ସଂଯୋଜକ କାର୍ତ୍ତିକ ସ୍ବାଇଁ କହିଛନ୍ତି, ଏହି ମହିଳାମାନେ ମାସ୍କ ଯେଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ତେଣୁ ସପ୍ତାହ ମଧ୍ୟରେ ଆଉ ୪୨୦୦ ମାସ୍କ ଯୋଗାଇବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri