ବ୍ଲଡପ୍ରେସର

ଆମ ଶରୀରରେ ରକ୍ତ ସଂଚାଳନ ସକ୍ରିୟ ରହିବା ଦରକାର। ଏଥିରେ ଅସନ୍ତୁଳନ ପରିଲକ୍ଷିତ ହେଲେ ତାହାର ପ୍ରଭାବ ଶରୀର ଉପରେ ପଡ଼ିଥାଏ। ଅସନ୍ତୁଳିତ ରକ୍ତ ସଂଚାଳନକୁ ବ୍ଲଡପ୍ରେସର ବା ରକ୍ତଚାପ ବୋଲି କୁହାଯାଏ। ଏପରି ସମସ୍ୟା ଦେଖାଦେଲେ ସେଥିପ୍ରତି ସତର୍କ ରହିବା ନିହାତି ଜରୁରୀ। ବ୍ଲଡପ୍ରେସରକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି-ହାଇ ବ୍ଲଡପ୍ରେସର ଏବଂ ଲୋ ବ୍ଲଡପ୍ରେସର। ଏପରି ସମସ୍ୟା ଦେଖାଦେବା ମାତ୍ରେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। କେବଳ ସେତିକି ନୁହେଁ, ନିୟମିତ ସମୟ ଅନ୍ତରାଳରେ ବ୍ଲଡପ୍ରେସର କେତେ ରହୁଛି ତାହା ମାପିନିଅନ୍ତୁ। ଜଣେ ସାଧାରଣ ବ୍ୟକ୍ତିର ରକ୍ତଚାପ ହେଉଛି ‘୧୨୦/୮୦’। ଏଥିରେ ତାରତମ୍ୟ ଦେଖାଦେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବା ଦରକାର। ତା’ସହ ଖାଦ୍ୟପେୟ ପ୍ରତି ଧ୍ୟାନଦିଅନ୍ତୁ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା ଓଜନ ବୃଦ୍ଧି। ବ୍ଲଡପ୍ରେସରକୁ ନିୟନ୍ତ୍ରଣରେ ରଖିବାକୁ ନଜର ଦିଅନ୍ତୁ। ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମ ସାମିଲ କରନ୍ତୁ। ପ୍ରତିଦିନ ଅତିକମ୍‌ରେ ୩୦ ମିନିଟ୍‌ ଚାଲନ୍ତୁ। ସବୁଜ ପନିପରିବାରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ। ଅଧିକ ଲବଣଜାତୀୟ ଖାଦ୍ୟଠାରୁ ନିଜକୁ ଯେତେ ଦୂରେଇ ରଖିବେ ସେତେ ଭଲ। ଖାସ୍‌ କଥା ହେଲା, ଯଦି ଆପଣଙ୍କର ବ୍ଲଡପ୍ରେସର ସମସ୍ୟା ରହିଛି ତେବେ ନିଶାଦ୍ରବ୍ୟ ବର୍ଜନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri