‘ବ୍ୟକ୍ତିଗତ ସ୍ବାର୍ଥକୁ ଜଳାଞ୍ଜଳି ଦିଅ’

କାମାକ୍ଷାନଗର, ୧୫।୮(ଡି.ଏନ୍‌.ଏ.)-ଢେଙ୍କାନାଳ ହେଉଛି ସଂଗ୍ରାମୀଙ୍କ ମାଟି। ଜାତିକୁ ପରାଧୀନତାର ଶୃଙ୍ଖଳରୁ ମୁକ୍ତ କରିବାକୁ ଯାଇ ଜିଲାର ବହୁ ବୀର ସ୍ବାଧୀନତା ସଂଗ୍ରାମରେ ଝାସ ଦେଇଛନ୍ତି। ଏବେ ଆମେ ଯେଉଁ ସ୍ବାଧୀନତା ଉପଭୋଗ କରୁଛେ, ତାହା ଆମ ପୂର୍ବ ପିଢ଼ିଙ୍କ ଅବଦାନ। ବ୍ୟକ୍ତିଗତ ସ୍ବାର୍ଥକୁ ଭୁଲି ଅଞ୍ଚଳର ସ୍ବାର୍ଥ ପ୍ରତି ଧ୍ୟାନ ଦେଲେ ସବୁକ୍ଷେତ୍ରରେ ଆମେ ଏକ ନମ୍ବର ହୋଇପାରିବା ବୋଲି କହିଛନ୍ତି ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ। କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମରେ ଗୁରୁବାର ଆୟୋଜିତ ଉପଖଣ୍ଡସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି। ଏହି ଅବସରରେ ଉପଜିଲାପାଳ ତ୍ରିରଙ୍ଗା ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ।
ଜାତୀୟ ଦିବସ ପାଳନ ଅବସରରେ ସକାଳୁ ପ୍ରଭାତ ଫେରି, ରାମଧୂନ ଗାନ କରାଯାଇଥିଲା। ଏଥିସହ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ମିଳିତ ପରେଡରେ ୪୯ଟି ଦଳ ଭାଗ ନେଇଥିଲେ। ଶେଷରେ ସାଂସ୍କୃତିକ କର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ମୁଖ୍ୟଅତିଥିଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତିବିଶେଷ ସମ୍ମାନିତ ହୋଇଥିଲେ। ଶେଷରେ ଅତିଥିମାନେ ସବ୍‌ଜେଲ୍‌, ଚିକିତ୍ସାଳୟର ଅନ୍ତେବାସୀଙ୍କୁ ଫଳ ଏବଂ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ଏସ୍‌ଡିପିଓ ସୁପ୍ରସନ୍ନ ମଲିକ, ଥାନାଧିକାରୀ ନିରଞ୍ଜନ ସେଠୀ, ତହସିଲଦାର ସୁଧାଂଶୁ ଶେଖର ମହାନ୍ତି, ସୁଜାତା ଶୁଭଦର୍ଶିନୀ ନାୟକ, ଓକିଲ ସଂଘ ସଭାପତି ରଞ୍ଜନ କୁମାର ରାଉତ ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ କୈଳାସ ଚନ୍ଦ୍ର ବେହେରା ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri